ପିଏମ୍ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବଢାଗଲା, କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟି
Budget 2024: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରୁଛନ୍ତି । ବିକଶିତ ଭାରତକୁ ବଜେଟରେ ପ୍ରାଥମିକତା ଦିଆଯାଇଛି । ଚଳିତ ବର୍ଷ ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଛି ଯଥା ଗରିବ, ମହିଳା, ଯୁବବର୍ଗ ଏବଂ କୃଷକ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ।

କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟି
କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ । ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ । -କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ ।
EPFOକୁ ପ୍ରାଧାନ୍ୟ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କୁହନ୍ତି, "ଆମ ସରକାର ପ୍ରଧାନମନ୍ତ୍ରୀଙ୍କ ପ୍ୟାକେଜ୍ ର ଏକ ଅଂଶ ଭାବରେ ନିଯୁକ୍ତି ସହ ଜଡିତ ପ୍ରୋତ୍ସାହନ ପାଇଁ ତିନୋଟି ଯୋଜନା କାର୍ଯ୍ୟକାରୀ କରିବେ। ଏଗୁଡିକ ଇପିଏଫଓରେ ଉପରେ ଆଧାରିତ ହେବ ଏବଂ ପ୍ରଥମ ଥର କର୍ମଚାରୀଙ୍କ ମାନ୍ୟତା ଏବଂ କର୍ମଚାରୀ ଏବଂ ନିଯୁକ୍ତିଦାତାଙ୍କୁ ସହାୟତା ଉପରେ ଧ୍ୟାନ ଦିଆଯିବ। । "












Click it and Unblock the Notifications