ଉପ-ରାଷ୍ଟ୍ରପତି ଜଗଦୀପ ଧନଖଡ ଅସୁସ୍ଥ; ପ୍ରଧାନମନ୍ତ୍ରୀ ଏମ୍ସ ଯାଇ ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା
ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଅସୁସ୍ଥ । ହଠାତ୍ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଶନିବାର ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଶୋଇବା ସମୟରେ ନିଶ୍ବାସ ନେବାରେ ସମସ୍ୟା ହୋଇଥିଲା । ପରିବାର ଲୋକ ତାଙ୍କୁ ରାତି ପ୍ରାୟ ୨ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଏମ୍ସର ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି । ବର୍ତ୍ତମାନ ସମୟରେ ଧନଖଡଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତେବେ ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ଏମ୍ସ ଯାଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପରେ ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମୁଁ ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟକଥା ପଚାରି ବୁଝିଲି ଏବଂ ତାଙ୍କର ଶୀଘ୍ର ସୁସ୍ଥତା କାମନା କରୁଛି ।












Click it and Unblock the Notifications