ପ୍ରୟାଗରାଜରେ କୋଠା ଭୁଶୁଡି 5 ମୃତ, ମୃତକଙ୍କ ସମ୍ପର୍କୀୟଙ୍କୁ 4 ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ଯୋଗୀ
ଉତ୍ତରପ୍ରଦେଶର ସଙ୍ଗମ ନଗରୀରେ ବର୍ଷା ହେତୁ ପୁରୁଣା କୋଠା ଭୁଶୁଡ଼ି ପଡ଼ିଥିବା ଫଳରେ 5 ଜଣଙ୍କର ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସୁଛି । ଏଥିସହିତ 14 ଜଣ ଆହତ ହୋଇଛନ୍ତି ।
ପ୍ରୟାଗରାଜ : ଉତ୍ତରପ୍ରଦେଶର ସଙ୍ଗମ ନଗରୀରେ ବର୍ଷା ହେତୁ ପୁରୁଣା କୋଠା ଭୁଶୁଡ଼ି ପଡ଼ିଥିବା ଫଳରେ 5 ଜଣଙ୍କର ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସୁଛି । ଏଥିସହିତ 14 ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ୱରୂପରାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଏହି ଘଟଣାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଏଥିସହିତ ଆହତଙ୍କ ମାଗଣା ଚିକିତ୍ସା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଡେପୁଟି ସିଏମ୍ କେଶବ ପ୍ରସାଦ ମୌର୍ଯ୍ୟ ଟ୍ୱିଟ୍ କରି ଲେଖିଛନ୍ତି, ଭଗବାନ ତାଙ୍କ ପାଦରେ ବିଦାୟୀ ଆତ୍ମାମାନଙ୍କୁ ସ୍ଥାନ ଦିଅନ୍ତୁ ଏବଂ ପରିବାର ସଦସ୍ୟଙ୍କୁ ଏହି କ୍ଷତି ସହିବାକୁ ଶକ୍ତି ଦିଅନ୍ତୁ । ଏଥିସହିତ ଆହତଙ୍କ ମାଗଣା ଚିକିତ୍ସା କରିବାକୁ ନିର୍ଦ୍ଦେଶନାମା ଦିଆଯାଇଛି ଏବଂ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରାଯାଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications