ମହାଶିବରାତ୍ରି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ମହାଶିବରାତ୍ରି। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ପୁରପଲ୍ଲୀ। ଓଁ ନମଃ ଶିବାୟ ଧ୍ବନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଜାଗର ପାଇଁ ଆଜି ରାଜ୍ୟର ସମସ୍ତ ଶିବ ମନ୍ଦିର ଗୁଡିକ ଚଳଚଞ୍ଚଳ ହୋଇଉଠିଛି। ବାବାଙ୍କୁ ଦର୍ଶନ କରିବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ଭିଡ ପରିଲକ୍ଷିତ ହୋଇଛି ।

ମହାଶିବରାତ୍ରି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭଗବାନ ମହାଦେବଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହୁ । ମହାଦେବଙ୍କ ଆଶୀର୍ବାଦରୁ ଦେଶ ପ୍ରଗତି ପଥରେ ଆଗକୁ ବଢ଼ୁ ବୋଲି ରାଷ୍ଟ୍ରପତି କାମନା କରିଛନ୍ତି ।
ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର 'ଏକ୍ସ'ରେ ଲେଖିଛନ୍ତି, ମୁଁ ମୋର ସମସ୍ତ ଦେଶବାସୀଙ୍କୁ ମହାଶିବରାତ୍ରିର ବହୁତ ବହୁତ ଶୁଭକାମନା ଜଣାଉଛି। ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ। ଏହି ଦିବ୍ୟ ଅବସର ଆପଣମାନଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ, ଏବଂ ଏକ ବିକଶିତ ଭାରତ ପାଇଁ ସଂକଳ୍ପକୁ ମଧ୍ୟ ମଜବୁତ କରୁ। ହର ହର ମହାଦେବ!












Click it and Unblock the Notifications