ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ
ଭୁବନେଶ୍ୱର:ଆସନ୍ତା ୨୬ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ୨୬ ଏବଂ ୨୭ ତାରିଖରେ ଓଡ଼ିଶାରେ ରାଷ୍ଟ୍ରପତିଙ୍କର ଦୁଇଟି କାର୍ଯ୍ୟକ୍ରମ ରହିଛି । ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ଉଦଯାପନୀ ସମାରୋହ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏହାସହ ନେତାଜୀ ମ୍ୟୁଜିୟମ ବୁଲି ଦେଖିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
ସେହିପରି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବା ପାଇଁ ଜୁଲାଇ ୨୭ ତାରିଖରେ ଭଦ୍ରକ ଗସ୍ତରେ ଯିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି କଟକ ଓ ଭଦ୍ରକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏନେଇ କଟକ ଓ ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ନେଇ ସୂଚନା ରହିଛି ।

ସୂଚନାଥାଉ ଯେ, ଏହା ପୂର୍ବରୁ ମେ ୪ ତାରିଖରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ । ଏହି ସମୟରେ ନିଜ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଶିମିଳିପାଳ ଅଭୟାରଣ୍ୟ ବୁଲି ଦେଖିଥିଲେ ଏବଂ ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।












Click it and Unblock the Notifications