ଆଜି ଆସୁଛନ୍ତି ମହମାମହିମ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆଜି ଆସୁଛନ୍ତି ମହାମହିମ । ନିଜ ଜନ୍ମମାଟି ଓଡିଶା ଆସିବେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମେ ନିଜ ଜିଲ୍ଲା ତଥା ନିଜ ଘର ମୟୁରଭଞ୍ଜ ଗସ୍ତ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କର ଏହା ତୃତୀୟ ଗସ୍ତ ।

ମୟୁରଭଞ୍ଜ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡିଶାରେ ମହାମହିମଙ୍କର 4 ଦିନିଆ ରହଣି କାର୍ଯ୍ୟକ୍ରମ ରହିଛି । ଖୋର୍ଦ୍ଧା, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନ 2.30 ସମୟରେ ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟପ୍ରତି । 2 ଟା 40 ରୁ 3 ଟା 45 ପର୍ଯ୍ୟନ୍ତ ରାଷ୍ଟ୍ରପତି ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ୱରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତ୍ତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ଦ୍ରୌପଦୀ ମୁର୍ମୁ । ରାତିରେ ମହୁଲଡିହା ସ୍ଥିତ ନିଜ ବାସଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି।
ଗୁରୁବାର କେନ୍ଦୁଝର ଏବଂ ଭୁବନେଶ୍ୱର ଭଳି ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।












Click it and Unblock the Notifications