ଶ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ସମାରୋହ
ନୂଆଦିଲ୍ଲୀ/ଭୁବନେଶ୍ୱର: ଶ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାଚୀନ କାଳରେ ସଂସ୍କୃତ ଭାଷା ଜ୍ଞାନ ବିଜ୍ଞାନର ପ୍ରବାହର ମାଧ୍ୟମ ଥିଲା ।
ଆଜିର ସମୟରେ ସଂସ୍କୃତ ଅଧ୍ୟୟନରେ ନୂତନ ଦୃଷ୍ଟିଭଙ୍ଗୀ ଆସିବା ଜରୁରୀ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ଶ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି କାରଣରୁ ହିଁ ସଂସ୍କୃତ ଶିକ୍ଷା ଏବଂ ସଂସ୍କୃତର ପ୍ରଚାର ପ୍ରସାରରେ ନୂଆ ଉପକ୍ରମ ଯୋଡିହେଉଛି । ତିନୋଟି ସଂସ୍କୃତ ବିଶ୍ୱବିଦ୍ୟାଳୟର ପୁନଃ ସଂରଚନା କରି ମୋଦିଜୀ ଭାରତର ମୂଳ ବିଦ୍ୟା ଭଣ୍ଡାରକୁ ସଂରକ୍ଷିତ କରିବା ପାଇଁ ପ୍ରୟାସକୁ ଅଧିକ ଗତି ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଜାତୀୟ ଶିକ୍ଷା ନୀତି ଭାରତୀୟ ଭାଷାକୁ ପ୍ରାଥମିକତା ଦେଇଛି । ଏହି ଶିକ୍ଷା ନୀତିର ଉଦ୍ଦେଶ୍ୟ ଅନୁସାରେ ଶ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଭାରତୀୟ ଜ୍ଞାନ ପରମ୍ପରାକୁ ପୁନର୍ଜୀବିତ କରିବା ସହ ସଂସ୍କୃତ ସମେତ ଭାରତୀୟ ଭାଷା ଗୁଡିକୁ ସମୃଦ୍ଧ କରିବ ତଥା ଭାରତୀୟତା ମୂଲ୍ୟବୋଧ ଏବଂ ବେଦରେ ସମାହିତ ଅନନ୍ତ ଜ୍ଞାନକୁ ସର୍ବବିଦିତ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି ।
ଛାତ୍ରଛାତ୍ରୀଙ୍କ ମାର୍ଗଦର୍ଶନ ପାଇଁ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ କୃତଜ୍ଞତା ଜ୍ଞାପନ କରିବା ସହ ପଦକ ଓ ଉପାଧି ପାଇଥିବା ସମସ୍ତ ବିଦ୍ୟାର୍ଥୀଙ୍କୁ ଶୁଭକାମନା ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।


Click it and Unblock the Notifications
