Get Updates
Get notified of breaking news, exclusive insights, and must-see stories!

ଆଜି ଓଡିଶା ଆସିବେ ରାଷ୍ଟ୍ରପତି: ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ। ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି। ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ‌ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବିଧାନସଭା ଏବଂ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

President to arrive in Odisha today Will address MLAs in the Assembly

ରାଷ୍ଟ୍ରପତିଙ୍କ ଅଭିଭାଷଣ ଶୁଣିବା ପାଇଁ ସମସ୍ତ ବିଧାୟକଙ୍କ ବ୍ୟତୀତ ପୂର୍ବତନ ବିଧାୟକ, ସରକାରଙ୍କର ବରିଷ୍ଠ ପଦାଧିକାରୀ ଏବଂ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ନିମନ୍ତ୍ରଣ କରାଯାଇଛି। ସେହିପରି ରାଷ୍ଟ୍ରପତି ତାଙ୍କର ବିଧାନସଭା ଗସ୍ତକୁ ଯେପରି ସ୍ମରଣୀୟ କରିପାରିବେ ସେଥିପାଇଁ ବିଧାନସଭା ସଚିବାଳୟ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶା ସରକାରରେ ବାଣିଜ୍ୟ, ପରିବହନ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଥିବାବେଳେ ବିଧାନସଭାର ୧୧ ନଂବର ପ୍ରକୋଷ୍ଠରେ ବସୁଥିଲେ। ଏହି ପ୍ରକୋଷ୍ଠରେ ରାଷ୍ଟ୍ରପତି କିଛି ସମୟ ବିତାଇ ପୁରୁଣା ସ୍ମୃତିକୁ ଯେପରି ମନେ ପକାଇବେ ସେଥିପାଇଁ ଏହି ପ୍ରକୋଷ୍ଠକୁ ନୂଆ ରୂପ ଦିଆଯାଇଛି। ବିଧାନସଭାରେ କାର୍ଯ୍ୟକ୍ରମ ଶେଷ ପରେ ରାଷ୍ଟ୍ରପତି ରାଜଭବନ ଫେରି ରାଜ୍ୟପାଳଙ୍କ ସ୍ବତନ୍ତ୍ର ନୈଶ୍ୟ ଭୋଜିରେ ଯୋଗଦେବେ। ୨୮ତାରିଖ ପୂର୍ବାହ୍ଣ ୯ଟା ୧୫ରେ ରାଷ୍ଟ୍ରପତି ଓଡ଼ିଶାରୁ ଲକ୍ଷ୍ନୌ ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୨୦୦ ଅଫିସର ଓ ୨୫ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+