ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ, ଦୃଢ଼ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ମୋଦି
ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି ମାଡ଼ ପରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ।

ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ ସେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ସେ ଏହି ଘଟଣାରେ ଆହତ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଛନ୍ତି । ଗଣତନ୍ତ୍ର ଏବଂ ରାଜନୀତିରେ ହିଂସାର ସ୍ଥାନ ନାହିଁ ବୋଲି ସେ କହିଛନ୍ତି ।
ସୂଚନା ଥାଉକି, ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ ଏବେ ବିପଦ ମୁକ୍ତ ରହିଛନ୍ତି । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି ।
ସୂଚନା ଥାଉକି, ଆମେରିକାରେ ନଭେମ଼୍ବର ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଏହି ସମୟରେ ପୂର୍ବତନ ରାଷ୍ଟ୍ରପତିଙ୍କ ଉପରକୁ ଗୁଳିମାଡ଼ ଆମେରିକା ନାଗରିକଙ୍କ ଚିନ୍ତା ବଢ଼ାଇଛି। ଏନେଇ ସିକ୍ରେଟ ସର୍ଭିସ ଏକ୍ସରେ ଏକ ପୋଷ୍ଟ କରି କହିଛି ଯେ, ପୂର୍ବତନ ରାଷ୍ଟ୍ରପତି ସୁରକ୍ଷିତ ଅଛନ୍ତି ।












Click it and Unblock the Notifications