Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ୱର ଛାଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ବିମାନବନ୍ଦରରେ ବିଦାୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଛାଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାନବନ୍ଦରରେ ବିଦାୟ ଦେଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ ।

ଭୁବନେଶ୍ଵରରୁ ବାହାରିବା ପରେ ସ୍ଵତନ୍ତ୍ର ହେଲିକପ୍ଟରରେ ଚଣ୍ଡିଖୋଲରେ ପହଞ୍ଚିଥିଲେ ମୋଦି । ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ । ପରେ ସେଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୋଦି ।

ପରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି ବୋଲି ନବୀନ କହିଥିଲେ । ଏହା ପରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି, ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ ବୋଲି ମୋଦି କହିଥିଲେ ।

modi naveen

ମାଗଣା ବିଜୁଳି ମୋଦିର ଗ୍ୟାରେଣ୍ଟି ବୋଲି ସେ କହିଛନ୍ତି । ଓଡ଼ିଶା ଭଗବାନ ସୂର୍ଯ୍ୟ ଦେବତାଙ୍କ ଭୂମି ବୋଲି ସେ କହିଛନ୍ତି। ସମସ୍ତଙ୍କୁ ମାଗଣା ବିଜୁଳି ଦେବା ମୋଦିର ଗ୍ୟାରେଣ୍ଟି। ପିଏମ୍‌ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନା ଆରମ୍ଭ କରାଯାଇଛି । ଘର ଛାତରେ ସୋଲାର ପ୍ୟାନେଲ ଲଗାଇ ବିଜୁଳି ଉତ୍ପାଦନ କରିବାକୁ ସେ କହିଛନ୍ତି । ୩ ଶହ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ପାଇବେ ଉପଭୋକ୍ତା । ବଳକା ବିଜୁଳି ବିକି ଲାଭବାନ ହୋଇପାରିବେ ଉପଭୋକ୍ତା ।

ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ ମୋଦି। ରାଜ୍ୟବାସୀଙ୍କୁ ୨୦ ହଜାର କୋଟିର ବିକାଶମୂଳକ ପ୍ରକଳ୍ପ ଭେଟି ଦେଇଛନ୍ତି। ପାରଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିଛନ୍ତି। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+