ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନାର 11 ତମ କିସ୍ତି ଜାରି କଲେ ମୋଦୀ
ମୋଦୀ ସିମଲାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀରେ ଯୋଦ ଦେଇ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନାର 11 ତମ କିସ୍ତି ଜାରି କରିଛନ୍ତି । ଏହା ଅଧିନରେ ଆଜି 10 କୋଟି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ 21 ହଜାର କୋଟି ଟଙ୍କା ସ୍ଥାନାନ୍ତର କରାଯାଇଛି ।
ଶିମଲା : ପ୍ରଧାନମନ୍ତ୍ରୀ ମୋଦୀ ଆଜି ହିମାଚଳ ପ୍ରଦେଶ ଗସ୍ତରେ ଅଛନ୍ତି । ଏହି ଅବସରରେ ମୋଦୀ ସିମଲାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀରେ ଯୋଦ ଦେଇ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନାର 11 ତମ କିସ୍ତି ଜାରି କରିଛନ୍ତି । ଏହା ଅଧିନରେ ଆଜି 10 କୋଟି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ 21 ହଜାର କୋଟି ଟଙ୍କା ସ୍ଥାନାନ୍ତର କରାଯାଇଛି ।

କୃଷକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଅଧୀନରେ ହିତାଧିକାରୀ ଚାଷୀଙ୍କୁ ପ୍ରତିବର୍ଷ 6 ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । ଏହି ରାଶି ପ୍ରତ୍ୟେକଙ୍କୁ ଦୁଇ ହଜାର ଟଙ୍କାର ତିନିଟି ସମାନ କିସ୍ତିରେ ସେମାନଙ୍କ ଆକାଉଣ୍ଟରେ ସିଧାସଳଖ କୃଷକମାନଙ୍କୁ ହସ୍ତାନ୍ତର କରାଯାଉଛି ।
ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ପର୍ୟ୍ୟନ୍ତ ପ୍ରତ୍ୟେକଟି 2000 ଟଙ୍କା ର 10 ଟି କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଛି । ଏହି ଟଙ୍କା ସିଧାସଳଖ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୁଏ । ଏପର୍ଯ୍ୟନ୍ତ ସରକାର ଏହି ଯୋଜନା ଅନ୍ତର୍ଗତ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ 1.8 ଲକ୍ଷ କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି । ପିଏମ୍ କିଶାନ ସମ୍ମାନ ନିଧି ଯୋଜନାରେ କେନ୍ଦ୍ର ସରକାର ଚାଷୀଙ୍କୁ ବର୍ଷକୁ 6 ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ବର୍ଷକୁ ତିନିଟି କିସ୍ତିରେ ଏହି ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ପଠାଯାଇଛି ।












Click it and Unblock the Notifications