ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନା ଦେଲେ ଇସ୍ତଫା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନା ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ଏ ସମ୍ପର୍କରେ କୌଣସି ସରକାରୀ ବିବୃତ୍ତି ପ୍ରକାଶ କରାଯାଇ ନାହିଁ ।
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନା ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ଏ ସମ୍ପର୍କରେ କୌଣସି ସରକାରୀ ବିବୃତ୍ତି ପ୍ରକାଶ କରାଯାଇ ନାହିଁ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ର ଜଣେ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି । ହିନ୍ଦୁସ୍ତାନ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଅମରଜିତ ସିହ୍ନାଙ୍କ ଇସ୍ତଫା ପଛର କାରଣ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ ।

ସିହ୍ନା ବିହାର କ୍ୟାଡରର 1983 ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ । ସେ ଗତ ବର୍ଷ ଫେବୃଆରୀରେ ପିଏମ ମୋଦୀଙ୍କ ପରାମର୍ଶଦାତା ଭାବରେ ନିଯୁକ୍ତ ହୋଇଥିଲେ । ତାଙ୍କ ଇସ୍ତଫା ପଛର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ମାର୍ଚ୍ଚରେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ପି.କେ ସିହ୍ନା ଇସ୍ତଫା ଚଳିତ ବର୍ଷ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରୁ ଏହା ହେଉଛି ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ଇସ୍ତଫା ।
ପ୍ରମୁଖ୍ୟ ଅଧିକାରୀ ଭାସ୍କର ଖୁଲବେଙ୍କ ସହ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟର ସଚିବ ଭାବରେ ଅବସର ନେବା ପରେ ସିହ୍ନାଙ୍କୁ ପରାମର୍ଶଦାତା ଭାବରେ ନିଯୁକ୍ତ କରାଯାଇଥିଲା । ତିନି ଦଶନ୍ଧିର ନିଜର କ୍ୟାରିଅରରେ ସିହ୍ନା ଶିକ୍ଷା, ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ବ୍ୟତୀତ ପଞ୍ଚାୟତ ରାଜ ବିଭାଗରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି ।
ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ଏବଂ ସର୍ବ ଶିକ୍ଷା ଅଭିଯାନ ଭଳି ଯୋଜନାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ଜଣାଶୁଣା । ସିହ୍ନା ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାସନାଲ ଏକାଡେମୀ ଅଫ୍ ଆଡମିନିଷ୍ଟ୍ରେସନରେ ଫ୍ୟୁଚର ଅମଲାତନ୍ତ୍ରର ପ୍ରଶିକ୍ଷକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।












Click it and Unblock the Notifications