ବଦଳିବ ରେଳ ଷ୍ଟେସନର କାୟାକଳ୍ପ, ଆଜି 554 ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ବଦଳିବ ରେଳ ଷ୍ଟେସନର କାୟାକଳ୍ପ । ପ୍ରାୟ 2000 ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ 554 ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିବେ ।

27 ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ 19000 କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ । ଓଡ଼ିଶାକୁ ମିଳିବ 21ଟି ଅମୃତ ଭାରତ ରେଳ ଷ୍ଟେସନ । ଏହାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଓଡ଼ିଶାରେ 900 କୋଟି ଟଙ୍କାର 21 ଟି ଅମୃତ ଭାରତ ରେଳ ଷ୍ଟେସନ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ଏଥିରେ 13ଟି ଷ୍ଟେସନ ପୂର୍ବତଟ ରେଳପଥରେ ରହିଥିବା ବେଳେ, 6ଟି ଦକ୍ଷିଣପୂର୍ବ ଓ 2ଟି ଦକ୍ଷିଣ ପୂର୍ବ ସେଣ୍ଟ୍ରାଲ ରେଲୱେରେ ରହିଛି । ବିମଲଗଡ, ରାୟଗଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ଟିଟିଲାଗଡ଼, ପାରାଦୀପ ଆଦି ସହରରେ ନିର୍ମାଣ ହେବ ଅମୃତ ଭାରତ ରେଳ ଷ୍ଟେସନ ।
-
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା












Click it and Unblock the Notifications