ଗଡ଼ିଲା ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍: ୯ ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଲେ ପ୍ରଧାନମନ୍ତ୍ରୀ
ଗଡ଼ିଲା ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କଲେ ମୋଦୀ । ଦେଶରେ ମୋଟ୍ ୯ ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଲେ ପ୍ରଧାନମନ୍ତ୍ରୀ ।
୦୯ ଟି ଏକ୍ସପ୍ରେସର ନାମ
ରାଉରକେଲା-ଭୁବନେଶ୍ଵର-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ । ଉଦୟପୁର - ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍ । ତିରୁନେଲଭେଲି - ମଦୁରାଇ - ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍ । ହାଇଦ୍ରାବାଦ - ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍ । ବିଜୟୱାଡା - ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍ । ପାଟନା - ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ । କାସରଗୋଡ - ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ । ରାଞ୍ଚି - ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ । ଜାମନଗର - ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍ ।

ଓଡ଼ିଶାକୁ ମିଳିଛି ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ । ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 505 କିଲୋମିଟର ଦୂରତାକୁ ମାତ୍ର 7 ଘଣ୍ଟା 45 ମିନିଟରେ ଅତିକ୍ରମ କରିବ । ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ 5 ଟାରେ ଯାତ୍ରା ଆରମ୍ଭ କରି ଦିନ 12.45 ରେ ରାଉରକେଲାରେ ପହଞ୍ଚିବ ।
ସେହିପରି ରାଉରକେଲାରୁ ଅପରାହ୍ନ 2.10 ମିନିଟରେ ଛାଡି ରାତି 9.40 ରେ ପୁରୀରେ ପହଞ୍ଚିବ । ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନମାନଙ୍କରେ ରହିବ ।












Click it and Unblock the Notifications