Narendra Modi: ରାଜଧାନୀରେ ଡିଜିପି ସମ୍ମିଳନୀ ସାରି ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱରରେ ୩ ଦିନ ଧରି ଚାଲିଥିବା ଡିଜିପି ସମ୍ମିଳନୀ ସମାପ୍ତ ହୋଇଛି । ଡିଜିପି ସମ୍ମିଳନୀରୁ ବାହାରି ଦିଲ୍ଲୀ ଫେରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨ ଦିନ ଧରି ସମ୍ମିଳନୀରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସହ ଥିଲେ ଗୃହମନ୍ତ୍ରୀ ଅମିତ ଶାହ । ସେ ମଧ୍ୟ ଦିଲ୍ଲୀ ଫେରିଯାଇଛନ୍ତି । ଲୋକସଭା ଭବନରୁ ବାହାରି ବିମାନବନ୍ଦର ଗଲେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ । ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ ।

ଆଜି ଡିଜିପି-ଆଇଜିପି ସମ୍ମିଳନୀର ତୃତୀୟ ଦିନ ଥିଲା । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ମାରାଥନ ସୁରକ୍ଷା କସରତ । ପ୍ରସ୍ତୁତ ହେଉଛି ଦେଶ ସୁରକ୍ଷାର ବ୍ଲୁପ୍ରିଣ୍ଟ । ଆଭ୍ୟନ୍ତରୀଣ ସୁରକ୍ଷା, ଆଇନଶୃଂଖଳା ଦିଗରେ କରାଯାଉଛି ଆଲୋଚନା । ଅନୁପ୍ରବେଶକାରୀ, ସାଇବର ଅପରାଧ, ନିଶା କାରବାର ଉପରେ ବି ଫୋକସ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସମ୍ମିଳନୀରେ ସାମିଲ ହେବା ସହ ଦେଶର ସୁରକ୍ଷାକୁ ନେଇ କଣ ରୋଡମ୍ୟାପ ପ୍ରସ୍ତୁତ ହୋଇଛି ତାହାର ସମୀକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଏହି ସମ୍ମିଳନୀରେ ଦେଶର ସୁରକ୍ଷାକୁ ନେଇ ନୂଆ ନକ୍ସା ପ୍ରସ୍ତୁତ କରିଛନ୍ତି। ଜାତୀୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ମୁଖ୍ୟଙ୍କ ସହ ୱାନ୍-ଟୁ-ୱାନ ଆଲୋଚନା କରିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ସମ୍ମିଳନୀରେ,
- ସୀମା ସୁରକ୍ଷାକୁ ନେଇ ହୋଇଛି ସିକ୍ରେଟ ଷ୍ଟ୍ରାଟେଜି
- ଆତଙ୍କବାଦୀଙ୍କୁ ମାତ ଦେବାକୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ
- ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକରେ ଶାନ୍ତି ବଜାୟ ରଖିବା ଉପରେ ଗୁରୁତ୍ୱ












Click it and Unblock the Notifications