ଆଜି ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍
ଆଜି ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିବେ ମୋଦୀ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ ।
ଏହି ଟ୍ରେନ୍ ଶୁଭାରମ୍ଭ ହେବା ପରେ ଓଡ଼ିଶାକୁ ମିଳିଯିବ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ । ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 505 କିଲୋମିଟର ଦୂରତାକୁ ମାତ୍ର 7 ଘଣ୍ଟା 45 ମିନିଟରେ ଅତିକ୍ରମ କରିବ । ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ 5 ଟାରେ ଯାତ୍ରା ଆରମ୍ଭ କରି ଦିନ 12.45 ରେ ରାଉରକେଲାରେ ପହଞ୍ଚିବ ।

ସେହିପରି ରାଉରକେଲାରୁ ଅପରାହ୍ନ 2.10 ମିନିଟରେ ଛାଡି ରାତି 9.40 ରେ ପୁରୀରେ ପହଞ୍ଚିବ । ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନମାନଙ୍କରେ ରହିବ ।
ପ୍ରଧାନମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଦିଗରେ ଏକ ପଦକ୍ଷେପ । ରାଜସ୍ଥାନ, ତାମିଲନାଡ଼ୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ବିହାର, ପଶ୍ଚିମବଙ୍ଗ, କେରଳ, ଓଡ଼ିଶା, ଝାଡ଼ଖଣ୍ଡ ଓ ଗୁଜରାଟ ଭଳି ୧୧ଟି ରାଜ୍ୟରେ ଯୋଗାଯୋଗ କ୍ଷେତ୍ରରେ ସୁବିଧା ଆଣିବ ଏହି 9ଟି ବନ୍ଦେ ଭାରତ ଏକ୍ସପ୍ରେସ ।
ଏହାପୂର୍ବରୁ ମେ' ୧୮ ତାରିଖରେ ଓଡ଼ିଶାରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ଗଡିଥିଲା । ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି ଏହି ସେମି ହାଇସ୍ପିଡ୍ ଟ୍ରେନ୍। ଏହାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ। ଏହି ଏକ୍ସପ୍ରେସରେ ୧୬ଟି କୋଚ୍ ରହିଛି । ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଗତି କରୁଛି । ଫଳରେ ହାୱଡାରୁ ପୁରୀ ଯାତ୍ରା ସମୟ ୨ ଘଣ୍ଟା କମିଯାଇଛି । ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏଥିରେ ଲାଗିଛି ଅଟୋମେଟେଡ୍ କ୍ଲୋଜିଂ ଡୋର୍ । ପ୍ରତି କୋଚ୍ ରେ ୪ଟି ଲେଖାଏଁ ଏମର୍ଜେନ୍ସି ୱିଣ୍ଡୋ ଓ ୪ଟି ଲେଖାଏଁ ସିସିଟିଭି କ୍ୟାମେରା ଖଞ୍ଜାଯାଇଛି । ସବୁ ଶ୍ରେଣୀର ଯାତ୍ରୀଙ୍କ ପାଇଁ ରିକ୍ଲାଇନର ସିଟ୍ ବ୍ୟବସ୍ଥା ଥିବା ବେଳେ ଏକ୍ଜିକ୍ୟୁଟିଭ୍ ଶ୍ରେଣୀ ପାଇଁ ୧୮୦ ଡିଗ୍ରୀ ବୁଲିପାରୁଥିବା ସିଟ୍ ରହିଛି । ତାସହିତ ଟ୍ରେନରେ ରହିଛି ବାୟୋ ଭାକ୍ୟୁମ୍ ଟଏଲେଟ୍ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications