ଆଜି ଆସୁଛନ୍ତି ରାହୁଲ ଗାନ୍ଧି;୨୪ ନିର୍ବାଚନ ପରେ ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ

ଆଜି ଆସୁଛନ୍ତି ରାହୁଲ ଗାନ୍ଧି । ୨୪ ନିର୍ବାଚନ ପରେ ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ । ସ୍ବାଗତ ପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ଲାଗିଛି ରାହୁଲଙ୍କ ପୋଷ୍ଟର, ହୋଡିଂ ଓ ବ୍ୟାନର । ଲୋକସଭାରେ ବିରୋଧୀ ଦଳ ନେତା ରାହୁଲଙ୍କ ସହ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ସାଧାରଣ ସଂପାଦକ କେସି ବେଣୁଗୋପାଳ ମଧ୍ୟ ଭୁବନେଶ୍ବର ଆସିବେ । ଆଜି ଦିନ ୧୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ରାହୁଲ ।

ବିମାନବନ୍ଦର ଛକରୁ ଜୟଦେବବିହାର ଛକ ଯାଏଁ ରୋଡ୍ ସୋ' କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନ ୧୨ଟାରେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେବେ । ନେତା ଓ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର । ସଭା ସରିବା ପରେ ଚାଷୀଙ୍କ ଦୁଇ ପ୍ରତିନିଧି ଦଳକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ବସିବ ବଡ଼ ବୈଠକ । ରାଜନୈତିକ ବ୍ୟାପାର କମିଟି ପରେ ବିଧାୟକ ଓ ପିସିସି କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ରାହୁଲ । ପିସିସି ସଭାପତି ଭାବେ ଭକ୍ତଚରଣ ଦାସ ଦାୟିତ୍ବ ନେବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଗସ୍ତ ଅବସରରେ କି ବାର୍ତ୍ତା ଦେବେ ରାହୁଲ ? ଆଗକୁ ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ । ରାହୁଲ ଗାନ୍ଧୀଙ୍କ ଗସ୍ତ ଏହା ଉପରେ କଣ ପ୍ରଭାବ ପକାଇବା ତାହା ଉପରେ ନଜର ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+