କେରଳ ୱାଏନାଡ ଆସନ ଛାଡିବେ, ରାୟବରେଲିକୁ ରଖିବେ ରାହୁଲ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି । ଫଳାଫଳରେ ବିଜେପି ସର୍ବବୃହତ ଦଳ ଭାବରେ ଉଭା ହୋଇଛି ଏବଂ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି । ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ବଡ ଖବର ସାମ୍ନାକୁ ଆସିଛି । ରାହୁଲ ଗାନ୍ଧୀ କେରଳର ୱାୟନାଡ଼ ଲୋକସଭା ଆସନ ଛାଡିପାରନ୍ତି ।
ସୂତ୍ରରୁ ପ୍ରକାଶ ଯେ, ରାହୁଲ ଗାନ୍ଧୀ ଉତ୍ତରପ୍ରଦେଶର ରାୟବରେଲି ଆସନରୁ ସାଂସଦ ହେବେ । କାରଣ ରାୟବରେଲିରେ ରାହୁଲ ଗାନ୍ଧୀଙ୍କ ବିଜୟ ବ୍ୟବଧାନ ଅଧିକ । ଏହା ସହିତ ଏହା ମଧ୍ୟ ତାଙ୍କ ମା ସୋନିଆ ଗାନ୍ଧୀଙ୍କ ପୂର୍ବତନ ସଂସଦୀୟ ଆସନ । ସେପଟେ ରାହୁଲ ଗାନ୍ଧୀ କ୍ରମାଗତ ଦ୍ୱିତୀୟ ଥର ପାଇଁ କେରଳର ୱାଏନାଡ ଲୋକସଭା ଆସନରୁ ଜିତିଛନ୍ତି ।

ଏଠାରେ ସେ ସିପିଆଇର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଆନି ରାଜାଙ୍କୁ ୩.୬୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି । ଏଥିସହ ଉତ୍ତରପ୍ରଦେଶର ରାୟବରେଲି ଲୋକସଭା ଆସନରେ ମଧ୍ୟ ରାହୁଲ ବିପୁଳ ସଂଖ୍ୟକ ଭୋଟରେ ବିଜୟ ଲାଭ କରିଛନ୍ତି । ଗତକାଲି ବାହାରିଥିବା ଫଳକୁ ନେଇ ରାହୁଲ କହିଛନ୍ତି ଯେ "ମୁଁ ଉଭୟ ରାୟବରେଲି ଏବଂ ୱାଏନାଡ ଆସନ ଜିତିଛି । ଉଭୟ ଲୋକସଭା ଆସନର ଭୋଟରଙ୍କୁ ହୃଦୟରୁ ମୋର ଅନେକ ଅନେକ ଧନ୍ୟବାଦ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications