ଆସାମ ସରାକାରଙ୍କ ଉପରେ ବର୍ଷିଲେ ରାହୁଲ, କହିଲେ....

ମଜୁଲି: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ କରିଛନ୍ତି ଟାର୍ଗେଟ । ଆଦିବାସୀଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଏବଂ ସେମାନଙ୍କୁ ଶିକ୍ଷା ତଥା ଅନ୍ୟାନ୍ୟ ସୁବିଧାଠାରୁ ଦୂରରେ ରଖିବାକୁ ଭାଜପା ଚାହୁଁଥିବା ରାହୁଲ କହିଛନ୍ତି । ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ଆସାମର ମଜୁଲିରେ ଆଦିବାସୀମାନଙ୍କୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି

କଂଗ୍ରେସ ଆଦିବାସୀଙ୍କୁ ଅଧିକାର ଦେଇଥିଲା । ଆମେ ଆପଣଙ୍କୁ ଆଦିବାସୀ ବୋଲି କହୁଛୁ, ଏହାର ଅର୍ଥ ମୂଳ ନିବାସୀ । ଭାଜପା ଆପଣଙ୍କୁ ବନବାସୀ ବୋଲି କହିଥାଏ, ଅର୍ଥାତ୍ ଜଙ୍ଗଲରେ ରହୁଥିବା ଲୋକ । ରାଜ୍ୟ ଭାଜପା ସରକାରଙ୍କୁ ଦୋଷାରୋପ କରି ରାହୁଲ କହିଛନ୍ତି, ଭାଜପା ଆଦିବାସୀମାନଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଚାହୁଁଛି ଏବଂ ସେମାନଙ୍କ ପିଲାମାନଙ୍କୁ ସ୍କୁଲ ଏବଂ ବିଶ୍ୱବିଦ୍ୟାଳୟ ଯିବା, ଇଂରାଜୀ ଶିଖିବା ଏବଂ ବ୍ୟବସାୟ କରିବାର ସୁଯୋଗରୁ ବଞ୍ଚିତ କରିବାକୁ ଚାହୁଁଛି ।

rahul gandhi

ଆମେ ଚାହୁଁଛୁ ଆପଣଙ୍କର ଜଳ, ଜମି ଏବଂ ଜଙ୍ଗଲ ଫେରାଇ ଦିଆଯାଉ । ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାମାନେ ଶୁକ୍ରବାର ସକାଳେ ଡଙ୍ଗାରେ ଜୋରହାଟରୁ ମଜୁଲିରେ ପହଞ୍ଚିଥିଲେ । ରାହୁଲ ଗାନ୍ଧୀଙ୍କ ସହ ସାଧାରଣ ସଚିବ ଜୟରାମ ରମେଶ, ରାଜ୍ୟ ସଭାପତି ଭୁପେନ କୁମାର ବୋରା ଏବଂ ରାଜ୍ୟସଭାରେ ବିରୋଧୀ ଦଳର ନେତା ଦେବବ୍ରତ ସୌକିଆଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+