ରାଜ୍ୟରେ ଜାରି ରହିଛି ବର୍ଷା; ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।

ବଲାଙ୍ଗିର, ବରଗଡ, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ ସମ୍ବଲପୁର ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହିପରି ମାଲକାନାଗିରି, କୋରାପୁଟ, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଅନୁଗୁଳ, କଟକ ଏବଂ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି।

weather

ଆସନ୍ତା ୨୪ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେଉଁଠି ଭୁସ୍ଖଳନ ତ କେଉଁଠି ଯୋଗାଯୋଗ ବିଚ୍ଛିନ୍ନ ମଧ୍ୟ ହୋଇପାରେ।

ମାଲକାନଗିରି ବାୟାପଡ଼ା ଘାଟିରେ ଭୂସ୍ଖଳନ। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ନାକାମାମୁଡ଼ି ପଞ୍ଚାୟତର ୧୯ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି।

ଦକ୍ଷିଣ ଓଡ଼ିଶାର ସବୁଆଡ଼େ ପାଣି ଆଉ ପାଣି । ମାଲକାନଗିରି ଓ ଗଜପତି ଜିଲ୍ଲାର ଅନେକ ପୋଲ ଉପରେ ଚାଲୁଛି ବନ୍ୟା ଜଳ । ଫଳରେ ଲୋକେ ନାନାଦି ଅସୁବିଧା ଭୋଗିଲେଣି। ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+