କାରକୁ ଧକ୍କା ଦେଲା ବସ : ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ

ରାଜସ୍ଥାନର କରୌଲି ଜିଲ୍ଲାରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ ଘରୋଇ ବସ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ କାରରେ ଥିବା ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସରେ ଥିବା ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

accident in rajasthan

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍ ଓ ବସ୍ ଖଣ୍ଡ ଖଣ୍ଡ ହୋଇଥିବା ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ କାରରେ ଯାତ୍ରା କରୁଥିବା ଗୋଟିଏ ପରିବାରର ବାପା-ମା', ପୁଅ, ଝିଅ ଓ ଜଣେ ସମ୍ପର୍କୀୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଡିଏମ ନୀଲାଭ ସାକ୍ସେନା, ଏସପି ବ୍ରିଜେଶ ଜ୍ୟୋତି ଉପାଧ୍ୟାୟ ଏବଂ ଏଏସପି ଗୁମନାରାମ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେ କାର ଓ ବସ୍‌ରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରି ଜିଲ୍ଲା ଡାକ୍ତରଖାନାକୁ ନେଇଥିଲେ। କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+