ରାଜ୍ୟସଭା ଉପନିର୍ବାଚନ; ୩ ରାଜ୍ୟରୁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ଜାଣନ୍ତୁ କେଉଁଠୁ କିଏ ?

ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ଟି ରାଜ୍ୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି। ଆନ୍ଧ୍ରପ୍ରଦେଶ, ହରିଆଣା ଓ ଓଡ଼ିଶାର ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋ‌ଷଣା କରିଛି ବିଜେପି। ଆନ୍ଧ୍ରପ୍ରଦେଶରୁ ରୟାଗ କ୍ରିଷ୍ଣୟା, ହରିଆଣାରୁ ରେଖା ଶର୍ମା ଓ ଓଡ଼ିଶାରୁ ସୁଜିତ କୁମାରଙ୍କ ନାମ ଘୋଷଣା କରାଯାଇଛି।

Rajya Sabha Elections

ଆଜି ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ଏବେ ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+