Rajya Sabha: ରାଜ୍ୟସଭାରେ ସମ୍ବିଧାନ ଉପରେ ଆଜି ହେବ ବିତର୍କ
ଲୋକସଭା ପରେ ଆଜି ରାଜ୍ୟସଭାରେ ସମ୍ବିଧାନ ଉପରେ ହେବ ବିତର୍କ । ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ଙ୍କୁ ପଦରୁ ହଟାଇବା ପାଇଁ ପ୍ରସ୍ତାବ ଉପରେ ରାଜ୍ୟସଭାରେ ହେବ ଦୁଇ ଦିନିଆ ଡିବେଟ୍ ହେବ । ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ବିତର୍କକୁ ଆରମ୍ଭ କରିବେ।
ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିତର୍କ ଉପରେ ଜବାବ ରଖିପାରନ୍ତି । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ହସ୍ତକ୍ଷେପ କରିବା ସମ୍ଭାବନା କମ୍ ରହିଛି ।

ଏପଟେ ଆଜି ଲୋକସଭାରେ ଆସିପାରେ ୱାନ୍ ନେସନ୍ ୱାନ୍ ଇଲେକସନ୍ ବିଲ୍। ୱାନ୍ ନେସନ୍, ୱାନ୍ ଇଲେକସନକୁ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ଗଠିତ କମିଟି ତାର ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି । କମିଟିର ରିପୋର୍ଟକୁ କ୍ୟାବିନେଟ୍ ମଂଜୁରୀ ବି ମିଳିସାରିଛି। ଏକକ ନିର୍ବାଚନ ଢାଞ୍ଝା କାର୍ଯ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ।
ସଂସଦର ଉଭୟ ଗୃହର ଦୁଇ-ତୃତୀୟାଂଶ ବହୁମତ ସହ ଅତି କମରେ ୬ଟି ବିଧେୟକ ପାସ୍ ହେବ। ବିଜେପି ନେତୃତ୍ୱାଧୀନ NDA ପାଖରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ଆବଶ୍ୟକ ସଂଖ୍ୟା ରହିଛି। କିନ୍ତୁ ସାମ୍ବିଧାନିକ ସଂଶୋଧନ ପାଇଁ ଆବଶ୍ୟକ ସଂଖ୍ୟା ଏକ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। ରାଜ୍ୟସଭାରେ ଏନଡିଏ ୧୧୨ ସଦସ୍ୟ ଥିବା ବେଳେ ଦୁଇ ତୃତୀୟାଂଶ ବହୁମତ ପାଇଁ ଆବଶ୍ୟକ ୧୬୪ ସିଟ୍।
ସେହିପରି ଲୋକସଭାରେ ବହୁମତ ପାଇଁ ଏନଡିଏ ମେଣ୍ଟକୁ ଆବଶ୍ୟକ ୩୬୪ ସିଟ୍। ତେଣୁ ବିଲ୍ ନେଇ ଭୋଟିଂ ବେଳେ ଅଣଏନଡିଏ ମେଣ୍ଟର ସମର୍ଥନ ଯୋଗାଡିବା କେନ୍ଦ୍ର ସରକାରଙ୍କ ଆଗରେ ଚ୍ୟାଲେଞ୍ଜ ରହିବ। ବିଲ ଆଇନରେ ପରିଣତ ହେଲେ ଦେଶରେ ଏକାସଙ୍ଗେ ଲୋକସଭା ଓ ବିଧାନସଭାଗୁଡ଼ିକର ନିର୍ବାଚନ ହେବ। ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ବି ସାମିଲ କରିଥିଲା।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications