ଅନ୍ତ ହେଲା 500 ବର୍ଷର ଅପେକ୍ଷା, ବିରାଜିଲେ ରାମଲାଲା
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା: ଅନ୍ତ ହେଲା 500 ବର୍ଷର ଅପେକ୍ଷା, ବିରାଜିଲେ ରାମଲାଲା । ଅଭିଜିତ୍ ମୁହୂର୍ତ୍ତରେ ସମ୍ପନ୍ନ ହୋଇଛି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ । ଯଜମାନୀ କାର୍ଯ୍ୟ ସମ୍ପନ୍ନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏହି ସମୟରେ ଅଯୋଧ୍ୟା ରାମ ମନ୍ଦିର ଉପରେ ଆକାଶ ମାର୍ଗରୁ ହେଲିକପ୍ଟରରେ ପୁଷ୍ପ ବର୍ଷା କରାଯାଇଛି । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୮୪ ସେକେଣ୍ଡର ଶୁଭ ମୁହୂର୍ତ୍ତ ରହିଥିଲା । ଦ୍ୱିପହର ୧୨ଟା ୨୯ ମିନିଟ ୮ ସେକେଣ୍ଡରୁ ୧୨ଟା ୩୦ ମିନିଟ ୩୨ ସେକେଣ୍ଡ ଯାଏଁ ଥିଲା ଅଭିଜିତ୍ ମୁହୂର୍ତ୍ତ । ମୋଦୀ ଅଯୋଧ୍ୟାରେ ୪ ଘଣ୍ଟା ରହି ସମସ୍ତ ରୀତି ସମ୍ପନ୍ନ କରିବା ନେଇ ସୂଚନା ରହିଛି ।
ଏହା ସହ ଭାରତ ଇତିହାସରେ ଯୋଡ଼ି ହୋଇଛି ଆଉ ଏକ ଅଧ୍ୟାୟ । ଅନ୍ତ ହୋଇଛି 500 ବର୍ଷର ଅପେକ୍ଷା । ବିରାଜମାନ ହୋଇଛନ୍ତି ପ୍ରଭୁ ଶ୍ରୀ ରାମଲାଲା । ଏଥିଲାଗି ଉତ୍ସବମୁଖର ହୋଇ ଉଠିଛି ସାରା ଦେଶ । ରାମଧୁନରେ କମ୍ପି ଉଠୁଛି ଅଯୋଧ୍ୟା ସମେତ ଅନ୍ୟ ସହର । ହଜାର ହଜାର ସାଧୁ, ସନ୍ଥ ଓ ଭକ୍ତଙ୍କ ସୁଅ ଛୁଟୁଛି ଅଯୋଧ୍ୟାକୁ । ଫୁଲ ଓ ଆଲୋକମାଳାରେ ଝଲସୁଛି ଅଯୋଧ୍ୟା ।
ଓଡ଼ିଶାର ମର୍ଦ୍ଦଳ ସମେତ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ପ୍ରାୟ 50 ପ୍ରକାର ପାରଂପରିକ ବାଦ୍ୟ ଧ୍ୱନୀରେ ଗୁଞ୍ଜରିତ ହୋଇଛି ଅଯୋଧ୍ୟାନଗରୀ । ପ୍ରାଣ ପ୍ରତିଷ୍ଠା ସମାରୋହରେ ବିଭିନ୍ନ ପରମ୍ପରାର ପ୍ରତିନିଧି ଓ ସାଧୁସନ୍ଥ ଯୋଗ ଦେଇଛନ୍ତି । ତା ସହ ଭାରତ ଇତିହାସରେ ପ୍ରଥମ ଥର ପାଇଁ ଏଭଳି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ବିଭିନ୍ନ ରାଜ୍ୟ ଓ ଦ୍ୱୀପର ଆଦିବାସୀ ଜନଜାତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications