ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
Odisha News: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଖାରବେଳନଗର ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଶେଷ ଦର୍ଶନ କଲେ ।

ଗତକାଲି ୯୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ଭୁବନେଶ୍ୱରେ ଖାରବେଳନଗର ନିଜ ବାସଭବନରେ ଆଖି ବୁଜିଥିଲେ ରମାକାନ୍ତ ରଥ । ଭୁବନେଶ୍ବର ବାସଭବନରେ ପହଞ୍ଚି ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରୁଛନ୍ତି । ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ରହିଛି ।
ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଇଂରାଜୀରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାର ଯୋଗ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ ।
ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ପରିଚିତ ଥିଲେ ରମାକାନ୍ତ ରଥ। 'ସପ୍ତମ ଋତୁ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। 'ସଚିତ୍ର ଅନ୍ଧାର' ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ରମାକାନ୍ତ ରଥ ।












Click it and Unblock the Notifications