ଆରଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲଙ୍କୁ ୮ ଦିନିଆ ରିମାଣ୍ଡରେ ନେଲା ସିବିଆଇ
କୋଲକତା: କୋଲକାତା ଆରଜି କର ହସ୍ପିଟାଲର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗତକାଲି ଗିରଫ କରିଥିଲା ସିବିଆଇ । ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଥିଲା ସିବିଆଇ । ସିବିଆଇ ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଇଯାଇଥିଲା ।
ସନ୍ଦୀପ ଘୋଷଙ୍କ ଗିରଫ ହେବାର ଏକ ଘଣ୍ଟା ମଧ୍ୟରେ ସିବିଆଇ ଅଧିକାରୀମାନେ ତାଙ୍କ ସୁରକ୍ଷାକର୍ମୀ ଏବଂ ଦୁଇ ଭେଣ୍ଡରଙ୍କୁ ଗିରଫ କରିଥିଲେ। ଯିଏ ଡାକ୍ତରଖାନାକୁ ସାମଗ୍ରୀ ଯୋଗାଇଥିଲେ ଯେଉଁଠାରେ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ମୃତଦେହ ଅଗଷ୍ଟ ୯ରେ ମିଳିଥିଲା।

ଗିରଫ ପରେ ଆଜି ସମସ୍ତଙ୍କୁ କୋଲକାତା ସ୍ଥିତ ସିବିଆଇ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଏହାପରେ ସମସ୍ତଙ୍କୁ ୮ ଦିନ ପାଇଁ ସିବିଆଇ ହେପାଜତକୁ ପଠାଇ ଦେଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ୧୦ ତାରିଖରେ ପୁଣି କୋର୍ଟରେ ହାଜର କରାଯିବ। ଆଜି ସିବିଆଇ ସମସ୍ତଙ୍କୁ କୋର୍ଟରେ ହାଜର କରିବା ପରେ ୧୦ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା।
ହେଲେ କୋର୍ଟ ୮ ଦିନର ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଆଜି ଅଫସର ଅଲୀ ଖାନ ଜାମିନ ପାଇଁ ମଧ୍ୟ କୋର୍ଟରେ ଆବେଦନ କରିଥିଲେ। ହେଲେ ଏହାକୁ କୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି।












Click it and Unblock the Notifications