Get Updates
Get notified of breaking news, exclusive insights, and must-see stories!

ISRO ର ନୂଆ ମୁଖ୍ୟ ହେଲେ ଏସ୍. ସୋମନାଥ

ISRO ରେ ନିଯୁକ୍ତ ହେଲେ ନୂଆ ମୁଖ୍ୟ । ଏସ. ସୋମନାଥ ହେଲେ ISRO ର ନୂଆ ମୁଖ୍ୟ । ବର୍ତ୍ତମାନ ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା କେ. ଶିବନଙ୍କ କାର୍ଯ୍ୟକାଳ ଜାନୁଆରୀ 14 ରେ ଶେଷ ହେବ ।

ନୂଆଦିଲ୍ଲୀ : ISRO ରେ ନିଯୁକ୍ତ ହେଲେ ନୂଆ ମୁଖ୍ୟ । ଏସ. ସୋମନାଥ ହେଲେ ISRO ର ନୂଆ ମୁଖ୍ୟ । ବର୍ତ୍ତମାନ ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା କେ. ଶିବନଙ୍କ କାର୍ଯ୍ୟକାଳ ଜାନୁଆରୀ 14 ରେ ଶେଷ ହେବ ।

ବିକ୍ରମ ସାରାଭାଇ ସ୍ପେସ୍‌ ସେଣ୍ଟର (VSSC) ନିର୍ଦ୍ଦେଶକ ତଥା ଇସ୍ରୋର ପ୍ରମୁଖ ବୈଜ୍ଞାନିକ ଏସ୍‌. ସୋମନାଥ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ (ISRO)ର ନୂଆ ମୁଖ୍ୟ ହୋଇଛନ୍ତି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । VSSC ପୂର୍ବରୁ ଏସ. ସୋମନାଥ ଥିରୁଅନନ୍ତପୁରମ ସ୍ଥିତ ଲିକ୍ୱଡ୍ ପ୍ରୋପଲ୍ସେନ ସିଷ୍ଟମ ସେଣ୍ଟରର ନିର୍ଦ୍ଦେଶକ ରହିଥିଲେ । VSSC ନିର୍ଦ୍ଦେଶକ ଏସ୍‌ ସୋମନାଥଙ୍କୁ ଦେଶର ଜଣେ ବିଚକ୍ଷଣ ଟେକ୍ନୋଲୋଜିଷ୍ଟ ଏବଂ ଏରୋସ୍ପେସ୍‌ ଇଞ୍ଜିନିୟର ଭାବେ ଗଣାଯାଏ ।

s somanath- isro chief

ଇସ୍ରୋର ଯେତେଗୁଡିଏ ରକେଟର ବିକାଶ ହୋଇଛି ସେଥିରେ ତାଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ସୋମନାଥନ ଜଣେ ଲଞ୍ଚ ଭେଇକିଲ ଡିଜାଇନ ମାଷ୍ଟର ଭାବେ ବି ବେସ୍ ଜଣାଶୁଣା । ସେ ଲଞ୍ଚ ଭେଇକିଲ ସିଷ୍ଟମ ଇଂଜିନିୟରିଂ, ଷ୍ଟ୍ରକଚରାଲ ଡିଜାଇନ, ଷ୍ଟକଚରାଲ ଡାଇନୋମିକ୍ସ ଓ ପାଇରୋଟେକନିକ୍ସର ଜଣେ ବିଶେଷଜ୍ଞ ।

ଇସ୍ରୋର ମୁଖ୍ୟ ପଦରେ ଅବସ୍ଥାପିତ ହେବା ପୂର୍ବରୁ ସେ ଜିସାଟ-ଏମକେ୧୧(ଏଫ୦୯) କୁ ଅପଗ୍ରେଡ କରିବା କାମରେ ଲାଗିଥିଲେ । ଏହା ମାଧ୍ୟମରେ ଭାରି ସଞ୍ଚାର ସାଟେଲାଇଟକୁ ଅନ୍ତରୀକ୍ଷରେ ଲଞ୍ଚ କରାଯାଇ ପାରିବ । ଏହା ବ୍ୟତୀତ ଏସ୍ ସୋମନାଥନ ଜିସାଟ-୬ଏ କୁ ଅଧିକ ଶକ୍ତିଶାଳୀ କରିବା ଦିଗରେ ବି କାମ କରୁଛନ୍ତି । ଏହା ଦ୍ୱାରା ରିମୋର୍ଟ ସୋର୍ସିଙ୍ଗ ସାଟେଲାଇଟକୁ ଠିକ୍ ଢଙ୍ଗରେ ଲଞ୍ଚ କରାଯାଇ ପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+