ସୁପ୍ରିମକୋର୍ଟର ୫୧ ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ସଞ୍ଜୀବ ଖାନ୍ନା

ଶପଥ ନେଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଜଷ୍ଟିସ୍ ଖାନ୍ନା ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଜଷ୍ଟିସ୍ ଖାନ୍ନା ପ୍ରଧାନ ବିଚାରପତି ପଦରେ ୬ ମାସ ଅର୍ଥାତ୍ ୨୦୨୫ ମେ' ମାସ ୧୩ ତାରିଖ ପର୍ଯ୍ୟନ୍ତ ରହିବେ ।

Sanjeev Khanna

୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଯୋଗଦେଇ ଓକିଲାତି ଜୀବନ ଆରମ୍ଭ କରିଥିଲେ । ସାମ୍ବିଧାନିକ ଆଇନ, ଟିକସ, ମଧ୍ୟସ୍ଥତା ଆଇନ, ବାଣିଜ୍ୟିକ ଆଇନ ଓ ପରିବେଶ ଆଇନ ଉପରେ ତାଙ୍କର ବେଶ୍ ଅଭିଜ୍ଞତା ରହିଛି । ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ନିର୍ବାଚନୀ ବଣ୍ଡ ରଦ୍ଦ ଠାରୁ ଆରମ୍ଭ କରି ଇଭିଏମ୍ ସ୍ବଚ୍ଛତା, ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ କାଏମ ରଖିବା ଭଳି ଅନେକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଏହା ସହ ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆପ୍ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ ଭଳି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ଜଷ୍ଟିସ୍ ଖାନ୍ନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+