ଏସସିବି ଅଗ୍ନିକାଣ୍ଡ;ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ନିଲମ୍ବିତ

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହୋଇଥିଲା । ବାରଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । ନିଲମ୍ବିତ ଅଧିକାରୀ ମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଂଜୀବ ବେହେରା, ଏସସିବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ଏସସିବି ସବଡ଼ିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ।

ଗତ ରବିବାର ରାତିରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ଘଟିବା ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ଜଣ ରୋଗୀ ଥିଲେ। ଘଟଣାରେ ଏପର୍ଯ୍ୟନ୍ତ ଦଶରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡ ପରେ ଆୟୁସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା। ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିଲେ। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

mohan majhi

ସେହିପରି ଆଜି ପୁଣି ନନ ଟ୍ରମା କାଜୁଆଲଟିରେ ନିଆଁ ଲାଗିଥିଲା। ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବାବେଳେ ରୋଗୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ। ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇଯାଇଥିଲା। ସଠିକ ସମୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏକ ପ୍ୟାନେଲ ବୋର୍ଡରେ ସର୍ଟସର୍କିଟ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+