ଆଯୋଧ୍ୟା ଯାତ୍ରା: ଦୁର୍ଘଟଣାରେ 7 ମୃତ, 10 ଆହତ
ଉତ୍ତର ପ୍ରଦେଶ ବହରାଇଚ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 10 ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବହରାଇଚ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 10 ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । ହେଲେ ମେଡିକାଲ ନେବା ବାଟରେ 2 ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ 10 ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 4 ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଦ୍ରୁତ ଗତି ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ 2 ଜଣ ମହିଳା ଥିବା ବେଳେ ଅନ୍ୟ ଜଣେ ଅଟୋ ଡ୍ରାଇଭର ଥିବା ସୂଚନା ମିଳିଛି ।












Click it and Unblock the Notifications