ଭୟଙ୍କର ଅଗ୍ନିକାଣ୍ଡ ; ହସ୍ପିଟାଲରେ ନିଆଁ ଲାଗି ୧୦ ନବଜାତ ଶିଶୁଙ୍କ ମୃତ
ଉତ୍ତରପ୍ରଦେଶର ଝାନସିସ୍ଥିତ ମହାରାଣୀ ଲକ୍ଷ୍ମୀବାଇ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗତ ରାତିରେ ଶିଶୁ ରୋଗ ୱାର୍ଡରେ ନିଆଁ ଲାଗିବାରୁ ୧୦ ଜଣ ନବଜାତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି । ଏହି ଅଘଟଣରେ ପ୍ରାୟ ୧୬ ଜଣ ଗୁରୁତର ହୋଇଛନ୍ତି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।

ଗତକାଲି ରାତିରେ ହସ୍ପିଟାଲର NICUରେ ପ୍ରଥମେ ନିଆଁ ଲାଗିଥିଲା । ତୁରନ୍ତ ହସ୍ପିଟାଲ କର୍ମଚାରୀ ଝରକା ଭାଙ୍ଗି ରୋଗୀଙ୍କୁ ଉଦ୍ଧାର କରିଥିଲେ । ଗତକାଲି ରାତି ପ୍ରାୟ ୧୦ଟା ୩୫ ମିନିଟରେ ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ନିଆଁ ଲାଗିବା ମାତ୍ରେ ଶିଶୁ ରୋଗ ୱାର୍ଡରେ ଥିବା ୩୭ ଜଣଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା ।
ହସ୍ପିଟାଲରେ ଥିବା ୨ଟି ଶିଶୁରୋଗ ୱାର୍ଡରୁ ଗୋଟିଏ ୱାର୍ଡରେ ନିଆଁ ଲାଗିଥିବା ସୂଚନା ମିଳିଛି । ଦମକଳ ବାହିନୀ ତୁରନ୍ତ ପହଞ୍ଚିଥିବା ବେଳେ ବହୁ ପରିଶ୍ରମ ପରେ ନିଆଁ ଆୟତ୍ତ ହୋଇଥିଲା।












Click it and Unblock the Notifications