ଶକ୍ତିକାନ୍ତ ଦାସଙ୍କୁ ବଡ ଦାୟିତ୍ଵ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ମିଳିଲା ଦାୟିତ୍ଵ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ । ଆର୍‌ବିଆଇର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ । ଶକ୍ତିକାନ୍ତଙ୍କ ନିଯୁକ୍ତିକୁ ଅନୁମୋଦନ ଦେଲା କେନ୍ଦ୍ର କ୍ୟାବିନେଟ୍ । ୧୯୮୦ ବ୍ୟାଚ୍‌ର ତାମିଲନାଡୁ କ୍ୟାଡର ଆଇଏଏସ୍ ଶକ୍ତିକାନ୍ତ ଦାସ ହେବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ । ମୋଦି ସରକାରଙ୍କ ନୋଟବନ୍ଦୀ ନିଷ୍ପତ୍ତିରେ ତାଙ୍କର ମହତ୍ଵପୂର୍ଣ୍ଣ ଭୂମିକା ଥିଲା।

Shaktikanta Das

ଆରବିଆଇ ଗଭର୍ଣ୍ଣର ଭାବେ ଗତ ଡିସେମ୍ବର ୧୦ରେ ଶକ୍ତିକାନ୍ତଙ୍କ କାର୍ଯ୍ୟକାଳର ଶେଷ ହୋଇଥିଲା। ଉର୍ଜିତ ପଟେଲଙ୍କ ଅଚାନକ ଇସ୍ତଫା ପରେ ୨୦୧୮ ଡିସେମ୍ବର ୧୨ ତାରିଖରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଭିଡ ସମୟରେ ଓ ପରେ ଦେଶର ଦରଦାମ ସମସ୍ୟାକୁ ନିୟନ୍ତ୍ରଣ କରିବା ଦିଗରେ ଉଲ୍ଲେଖନୀୟ କାମ କରିଛନ୍ତି। ୨୦୨୧ରେ ତାଙ୍କ କାର୍ଯ୍ୟକାଳ ଆଉ ୩ ବର୍ଷ ବଢ଼ାଇଥିଲେ କେନ୍ଦ୍ର ସରକାର। ଫଳରେ ଆର୍‌ବିଆଇର ୯୦ ବର୍ଷର ଇତିହାସରେ ଶକ୍ତିକାନ୍ତ ସର୍ବାଧିକ ସମୟ ପାଇଁ ରହିଥିବା ଗଭର୍ଣ୍ଣର ହିସାବରେ ରେକର୍ଡ କରିଥିଲେ। ଆର୍‌ବିଆଇ ଇତିହାସରେ ଦୀର୍ଘକାଳୀନ ଗଭର୍ଣ୍ଣରଙ୍କ ଭିତରୁ ଶକ୍ତିକାନ୍ତ ଦାସ ଜଣେ।

ନୂଆଦିଲ୍ଲୀର ସେଣ୍ଟ ଷ୍ଟିଫନ କଲେଜରୁ ମାଷ୍ଟର୍ସ ଡିଗ୍ରୀ ହାସଲ କରିଥିବା ଶକ୍ତିକାନ୍ତ ଦାସ ପୂର୍ବରୁ ଆରବିଆଇ ଗଭର୍ଣ୍ଣର, ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଓ ଡିପାର୍ଟମେଣ୍ଟ ଅଫ ଏକ୍ସପେଣ୍ଡିଚରର ଯୁଗ୍ମ ସଚିବ, ତାମିଲନାଡୁ ସରକାରର ସ୍ଵତନ୍ତ୍ର କମିସନର ଓ ରାଜସ୍ଵ କମିସନର, ଶିଳ୍ପ ବିଭାଗର ସଚିବ ସହିତ ଅନେକ ମହତ୍ଵପୂର୍ଣ୍ଣ ପଦରେ କାମ କରି ସାରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+