ରାମ ମନ୍ଦିର ପ୍ରତିଷ୍ଠା ଦିନ କ'ଣ ରହିଛି ବିରୋଧୀଙ୍କ ପ୍ଲାନ୍
Ram Mandir Inauguration: ଚଳିତ ମାସ ୨୨ ତାରିଖରେ ଉଦଘାଟନ ହେବାକୁ ଯାଉଛି ଭବ୍ୟ ରାମ ମନ୍ଦିର । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୬ ହାଜର ଲୋକ ସାମିଲ ହେବେ । ସେହିପରି ବଲିଉଡ ସେଲିବ୍ରିଟି, ଖେଳାଳି, ବଡ଼ ବଡ଼ ଉଦ୍ୟୋଗପତିଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଉଦଘାଟନ ସମାରୋହରେ ଯୋଗ ଦେବେ ।
ଅନ୍ୟପଟେ ଏହି ବିଶାଳ କାର୍ଯ୍ୟକ୍ରମକୁ ବୟକଟ୍ କରିଛନ୍ତି ସମସ୍ତ ବିରୋଧୀ ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ଅଧୀର ରଞ୍ଜନ ଚୌଧୁରୀ ରାମ ମନ୍ଦିର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି ପୂର୍ବରୁ କହିସାରିଛନ୍ତି । ଏହା ବ୍ୟତିତ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଅଖିଲେଶ ଯାଦନ, ଉଦ୍ଧବ ଠାକରେ, ଅରବିନ୍ଦ କେଜ୍ରିୱାଲ, ସରଦ ପୱାର ମଧ୍ୟ ରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ।
କ'ଣ ରହିଛି ବିରୋଧୀଙ୍କ ପ୍ଲାନ୍
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ବର୍ତ୍ତମାନ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଅଛନ୍ତି । ଯେଉଁଥି ପାଇଁ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରିବେ ନାହିଁ । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନ ରାହୁଲ ଗାନ୍ଧି ଏକ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ସେହିପରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨୨ ତାରିଖ ଦିନ କାଲି ଘାଟରେ ପୂଜାର୍ଚ୍ଚନା କରିବେ ଏହା ପରେ ଏକ ବିଶାଳ ରାଲି ବାହର କରିବେ । ଯାହା ପରେ ମନ୍ଦିକ, ମସଦିଜ ଚର୍ଚ୍ଚ ଏବଂ ଗୁରୁଦ୍ୱାରାକୁ କଭର କରିବେ ।
ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅଯୋଧ୍ୟା ଯିବେ ନାହିଁ ସେହିଦିନ ଯେ ନାସିକର କାଲାରାମ ମନ୍ଦିରରେ ମହା ଆଳତି କରିବା ନେଇ ସୂଚନା ରହିଛି । ଯେଉଁଥିରେ ସେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ମଧ୍ୟ ଆମନ୍ତ୍ରିତ କରିଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications