ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା,୬ ନିଖୋଜ
ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ୱାରା ଅନେକଙ୍କ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ୬ ଜଣ ନିଖୋଜ ରହିଛନ୍ତି ।
ଆସାମ ବାରପେଟା ଜିଲ୍ଲାର ରାହାମପୁର ଅଞ୍ଚଳରେ ଏକ ଅଘଟଣ ଘଟିଛି । ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅଜଣ ନିଖୋଜ ଅଛନ୍ତି । ବାରପେଟା ଜିଲ୍ଲାର ବରିଷ୍ଠ ପୋଲିସ ଅଧିକ୍ଷକ ସୁଶାନ୍ତ ବିଶ୍ୱ ଶର୍ମା ଗଣମାଧ୍ୟମକୁ କହିଛନ୍ତି ଯେ, ଏନଡିଆରଏଫ, ଏସଡିଆରଏଫ ଦଳ ଏବଂ ପୋଲିସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।

ଅନ୍ୟପକ୍ଷରେ, ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି ଯେ, ଡଙ୍ଗାରେ ଲାଇଫ ଜ୍ୟାକେଟ୍ ନଥିଲା । ନଦୀର ପ୍ରବଳ ସ୍ରୋତ ଯୋଗୁଁ ଭଉଁରୀରେ ପଡିଯାଇଥିଲା । ଫଳରେ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ ମତ୍ସ୍ୟଜୀବୀ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହାୟତା କରୁଛନ୍ତି ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications