ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ…
ନୂଆଦିଲ୍ଲୀ: କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ନିକଟତମ ମହଲ ସୂତ୍ରରୁ ପ୍ରକାଶ ରୁଟିନ ଚେକଅପ ପାଇଁ ସେ ହସ୍ପିଟାଲ ଯାଇଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ଗତକାଲି ଶନିବାର ରାତିରେ ହଠାତ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା । ତେବେ ତାଙ୍କୁ ଚିକିତ୍ସା ପାଇଁ ନୂଆଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଏହାପୂର୍ବରୁ ମାର୍ଚ୍ଚରେ ସୋନିଆ ଗାନ୍ଧୀ ଅସୁସ୍ଥ ଥିବାରୁ ସାର୍ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ଗୋଟିଏ ଦିନ ପରେ ଜାରି ହୋଇଥିବା ମେଡିକାଲ ବୁଲେଟିନରେ ତାଙ୍କ ଅବସ୍ଥା ସ୍ଥିର ଥିବା ଏବଂ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କୁହାଯାଇଥିଲା ।












Click it and Unblock the Notifications