କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସୂଚନା ଦେଲେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା। ସୋନିଆ ଗାନ୍ଧୀଙ୍କୁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିବା ସୂଚନା ମିଳିଛି। ତାଙ୍କର ନିୟମିତ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଛି। ଡାକ୍ତରମାନେ ECG ଏବଂ MRI ଭଳି ପରୀକ୍ଷା କରିଛନ୍ତି। ପରୀକ୍ଷା ପରେ ସେ ଘରକୁ ଫେରିଯାଇଥିଲେ। ତେବେ ବର୍ତ୍ତମାନ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

ସୋନିଆ ଗାନ୍ଧୀ ସୋମବାର ଛୁଟି କାଟିବା ପାଇଁ ସିମଲାରେ ପହଞ୍ଚିଥିଲେ। ସେ ତାଙ୍କ ଝିଅ ଏବଂ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଛାରାବ୍ରାସ୍ଥିତ ବ୍ୟକ୍ତିଗତ ବାସଭବନରେ ରହୁଛନ୍ତି। କିନ୍ତୁ ହଠାତ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ IGMCକୁ ଅଣାଯାଇଥିଲା, ଯେଉଁଠାରେ ତାଙ୍କର ପରୀକ୍ଷା କରାଯାଇଥିବା ଜଣାପଡ଼ିଛି। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଡାକ୍ତରମାନେ ତାଙ୍କୁ ପରୀକ୍ଷା କରୁଛନ୍ତି, ତାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ବିସ୍ତୃତ ସୂଚନାକୁ ଅପେକ୍ଷା କରାଯାଇଛି।












Click it and Unblock the Notifications