ଆଣ୍ଡାମାନ ସାଗର ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି । ଆଣ୍ଡାମାନ ସାଗରରେ ପାଦ ଥାପିବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ତେବେ ଏଥର ସଅଳ ଆସିଛି ମୌସୁମୀ ବାୟୁ । ୧୩ ତାରିଖ ଦିନ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବା ନେଇ ପୂର୍ବରୁ ଆକଳନ କରିଥିଲା ପାଣିପାଗ ବିଭାଗ । ମେ' ୧୩ରେ ଆଣ୍ଡାମାନ ଛୁଇଁବା ପରେ ମୌସୁମୀ ୨୭ ମେ'କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉ ଆଜି ଆଣ୍ଡାମାନ ଛୁଇଁବା ପରେ ଆସନ୍ତା ୨୭ରେ କେରଳ ଛୁଇଁବା ନେଇ ଆକଳନ କରାଯାଇଛି ।
ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ' ୨୭ ରେ କେରଳ ଛୁଇଁବ। ସାଧାରଣତଃ ମୌସୁମୀ ବାୟୁ ଜୁନରେ କେରଳ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଯଦି ମୌସୁମୀ ୨୭ ମେ' ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ। ୨୦୦୯ରେ ମୌସୁମୀ ୨୩ ମେ'ରେ କେରଳରେ ପହଞ୍ଚି ଥିଲା।
୭ ବର୍ଷ ମଧ୍ୟରେ ଏହି ଅଞ୍ଚଳରେ ମୌସୁମୀ କେବେ ହେଲେ ଏତେ ଶୀଘ୍ର ସ୍ପର୍ଶ କରି ନଥିଲା। କିନ୍ତୁ ଏଥର ମୌସୁମୀ ଗତବର୍ଷ ତୁଳନାରେ ୬ ଦିନ ଆଗୁଆ ଆସିଛି । ଆଇଏମଡିର ସୂଚୀରୁ ଜଣାପଡ଼ିଛି ଯେ ଦକ୍ଷିଣ ଆଣ୍ଡାମାନ ସାଗରକୁ ମୌସୁମୀ ସାଧାରଣତଃ ମେ' ୧୯ରେ ଛୁଇଁ ଥାଏ। ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଥିବା ପୋର୍ଟ ବ୍ଲେୟାରକୁ ଏହା ମେ' ୨୧ରେ ସ୍ପର୍ଶ କରିଥାଏ ।
କିନ୍ତୁ ସୋମବାର ଠାରୁ ନିକୋବର ଦ୍ୱୀପପୁଞ୍ଜର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇ ଚାଲିଥିଲା । ଦୁଇ ଦିନ ହେଲା ଏଠାରେ ଲଗାଣ ବର୍ଷା ଜାରି ରହିଥିବାରୁ ମୌସୁମୀ ଏହାକୁ ଛୁଇଁ ସାରିଥିବା ଆଇଏମଡି କହିଛି ।
୨୦୧୪ରେ ମୌସୁମୀ ଏଠାକୁ ମେ' ୧୯ରେ ଆସିଥିବା ବେଳେ ୨୦୨୩ରେ ମଧ୍ୟ ମେ' ୧୯ରେ ସ୍ପର୍ଶ କରିଥିଲା। ୨୦୨୨ରେ ମେ' ୧୬, ୨୦୨୧ରେ ମେ' ୨୧, ୨୦୨୦ରେ ମେ' ୧୭ ଓ ୨୦୧୯ରେ ମେ' ୧୮ ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ଏଠାରେ ନିଜର ଉପସ୍ଥିତି ଜାହିର କରିଥିଲା
ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications