For Quick Alerts
Turn On Notification  
For Daily Alerts
Oneindia App Download

ଟ୍ରାକ୍ଟର ରାଲି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ

ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଆନ୍ଦୋଳନକାରୀ ଚାଷୀଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ଆଜି ସୁପ୍ରିମ କୋର୍ଟରେ ଶୁଣାଣି ହୋଇଛି । ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ସୁପ୍ରିମ କୋର୍ଟ ।

|

ନୂଆଦିଲ୍ଲୀ: ୫୬ ଦିନରେ ପହଞ୍ଚିଛି ଦିଲ୍ଲୀର ବିଭିନ୍ନ ସୀମାରେ ଜାରି ରହିଥିବା କୃଷକ ଆନ୍ଦୋଳନ । ତେବେ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଆନ୍ଦୋଳନକାରୀ ଚାଷୀଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ଆଜି ସୁପ୍ରିମ କୋର୍ଟରେ ଶୁଣାଣି ହୋଇଛି । ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ସୁପ୍ରିମ କୋର୍ଟ ।

Supreme Court

ତେବେ ମାନ୍ୟବର କୋର୍ଟ କହିଛନ୍ତି ଯେ, ଏହା ଦିଲ୍ଲୀ ପୋଲିସର ଅଧିକାର । ତେଣୁ ରାଲି ନେଇ ଦିଲ୍ଲୀ ପୋଲିସ ନିଷ୍ପତ୍ତି ନେବେ । ଶୁଣାଣି ସମୟରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ବୋବଡେ କହିଥିଲେ ଯେ, ଏହା ସଂପୂର୍ଣ୍ଣ ଦିଲ୍ଲୀ ପୋଲିସର ନିଷ୍ପତ୍ତି । ତେଣୁ ଏହି ମାମଲାରେ ଆମେ କିଛି କହିପାରିବୁନି । ତେବେ କେନ୍ଦ୍ର ସରକାର କୃଷକଙ୍କ ଟ୍ରାକ୍ଟର ରାଲି ନେଇ ଦାୟର କରିଥିବା ମାମଲାକୁ ଫେରାଇନେବାକୁ ସୁପ୍ରିମକୋର୍ଟ କହିଛନ୍ତି ।

ସୂଚନାଥାଉ କି, ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବାକୁ ଅଡି ବସିଛନ୍ତି ଚାଷୀ ସଂଗଠନ । କୃଷକଙ୍କ ଟ୍ରାକ୍ଟର ଶୋଭାଯାତ୍ରାକୁ ବିରୋଧ କରି କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ପିଟିସନ ଦାୟର କରିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Supreme Court has refused to intervene in the tractor rally
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X