ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ମମତାଙ୍କ ଉପରେ ବର୍ଷିଲେ ଶୁଭେନ୍ଦୁ ଅଧିକାରୀ
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ । ମମତା ବାନାର୍ଜୀଙ୍କୁ ଶୁଭେନ୍ଦୁ ଅଧିକାରୀଙ୍କ ଟାର୍ଗେଟ । ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କଲେ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ । ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ 'ଦାରୁ କାଠ' ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ବଢ଼ିବାରେ ଲାଗିଛି।
ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସ୍ବାଗତ କରିଛନ୍ତି। ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।

ପଶ୍ଚିମବଙ୍ଗ ସରକାର ନିମ୍ନସ୍ତରକୁ ଖସି ଯାଇଛନ୍ତି। ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରି ଭକ୍ତଙ୍କୁ ଭ୍ରମିତ କରିବାକୁ ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି। ଏପରିକି ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁା ନୀତିର ପର୍ଦ୍ଦାଫାଶ ହେବା ଉଚିତ ବୋଲି ଶୁଭେନ୍ଦୁ କହିଛନ୍ତି।












Click it and Unblock the Notifications