ମହାରାଷ୍ଟ୍ର ପୁଣେରେ ଭୟଙ୍କର ହେଲିକପ୍ଟର ଦୁର୍ଘଟଣା, ୩ ମୃତ

ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର। ମହାରାଷ୍ଟ୍ର ପୁଣେରେ ଏକ ଘରୋଇ ହେଲିକପ୍ଟର କ୍ରାଶ ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ହେଲିକପ୍ଟରଟି ପୂରା ଖଣ୍ଡ ଖଣ୍ଡ ହୋଇଯାଇଛି। ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ପାଇଲଟ ଅଛନ୍ତି।

helicopter

ସୂଚନା ଅନୁଯାୟୀ, ଆଜି ସକାଳୁ ମହାରାଷ୍ଟ୍ର ପୁଣେ ଜିଲ୍ଲାର ବୁଧଧାନ ବୁଦ୍ରୁକ ଗାଁରେ ହେଲିକପ୍ଟର କ୍ରାଶ ହୋଇଛି। ଏନେଇ ଗାଁ ଲୋକେ ସ୍ଥାନୀୟ ପୁଲିସକୁ ଖବର ଦେଇଥିଲେ। ହେଲିକପ୍ଟରରେ ଥିବା ୩ ଜଣ ଗୁରୁତର ଥିବା ମଧ୍ୟ ପୁଲିସ କଣ୍ଟ୍ରୋଲ ରୁମ୍‌କୁ ସୂଚନା ଦିଆଯାଇଥିଲା।

ସୂଚନା ପାଇ ପୁଲିସ ଓ ମେଡିକାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ୨ ପାଇଲଟ୍‌ ସମେତ ଜଣେ ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଉକ୍ତ ହେଲିକପ୍ଟରଟି ଏକ ଘରୋଇ କମ୍ପାନୀର ଥିଲା। ଯେତେବେଳେ ଏହି ଦୁର୍ଘଟଣା ଘଟିଲା, ସେତେବେଳେ ଏହି ହେଲିକପ୍ଟରଟି ଅକ୍ସଫୋର୍ଡ ଗଲ୍ଫ ରିସର୍ଟରୁ ମୁମ୍ବାଇ ଅଭିମୁଖେ ଯାଉଥିଲା। ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ହୋଇଥିବା ଆଶଙ୍କା କରାଯାଉଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+