ଭୟଙ୍କର ସଡ଼କ ଦୁର୍ଘଟଣା, ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ୫ ମୃତ
ପାଟନାର ବିହଟା ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ଯାତ୍ରୀବାହୀ ଅଟୋ ଏବଂ ଭାରୀ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏଥିସହ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

ସୂଚନାନୁଯାୟୀ, ମାନେରରେ ଆୟୋଜିତ ଉର୍ସ ମେଳାରୁ ଘରକୁ ଫେରୁଥିଲେ । ସେହି ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିବା ସହ ଆହତଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତକ ଆରାର ବାସିନ୍ଦା ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । ଦୁର୍ଘଟଣାର କାରଣ ଜାଣିବା ପାଇଁ ଟ୍ରକ୍ ଡ୍ରାଇଭର ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରୁଛି ପୋଲିସ । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications