ପହଲଗାମ୍‌ରେ ଆତଙ୍କୀ ଆକ୍ରମଣ ଘଟଣା; ୨୭ ଛୁଇଁଲା ମୃତ୍ୟୁ ସଂଖ୍ୟା ! ହେଲ୍ପ ଲାଇନ ନମ୍ବର ଜାରି

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିଛି । ପହଲଗାମ୍‌ ଆତଙ୍କୀ ଆକ୍ରମଣ ପରେ ହେଲ୍ପଲାଇନ୍‌ ନଂ ଜାରି କଲା ଅନନ୍ତନାଗ ପୋଲିସ । ହେଲ୍ପଲାଇନ୍‌ ନଂ- ୯୫୯୬୭୭୭୬୬୯/୦୧୯୩୨୨୨୫୮୭୦ ଜାରି କରାଯାଇଛି । ତେବେ ସରକାରୀ ଭାବେ ଏପର୍ଯ୍ୟନ୍ତ ଏହି ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ।

Terror attack in Pahalgam

ସୂତ୍ର ଅନୁସାରେ, ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୭ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ଓଡ଼ିଶାର ଜଣେ ପର୍ଯ୍ୟଟକ ଥିବା ଜଣାଯାଇଛି । ୨ ରୁ ୩ ଜଣ ଆତଙ୍କବାଦୀ ପର୍ଯ୍ୟଟକଙ୍କ ଉପରକୁ ୪୦ ରାଉଣ୍ଡରୁ ଅଧିକ ଗୁଳି ଚଳାଇଥିଲେ। ଏହି ଆକ୍ରମଣର ସୂଚନା ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛନ୍ତି ଓ ତାଙ୍କୁ ତୁରନ୍ତ ଜମ୍ମୁ ଓ କଶ୍ମୀର ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଆସନ୍ତାକାଲି ଏନଆଇଏ ଟିମ୍ ପହଲଗାମ ଯାଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+