ଅନନ୍ତନାଗରେ ଆତଙ୍କୀ ହମଲା: ୩ ଯବାନ ସହିଦ
Jammu Kashmir Encounter: ଜମ୍ମୁ କାଶ୍ମୀରର ରାଜୌରୀ ଜିଲ୍ଲା ଅନନ୍ତନାଗ ଠାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଁଣ୍ଟର ହୋଇଛି । ବୁଧବାର ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଥିଲେ ।
ଏଥିରେ କର୍ନଲ ମନପ୍ରୀତ ସିଂ ସହିଦ ହୋଇଛନ୍ତି । ଏହାସହ ଜଣେ ପୋଲିସ କର୍ମୀ ଆହତ ହୋଇଛନ୍ତି । କର୍ଣ୍ଣେଲ ୧୯ ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟର ନେତୃତ୍ୱ ନେଉଥିବା ସେନା ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ଗୁଳି ବିନିମୟରେ କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶିଷ, ଜାମ୍ମୁ କାଶ୍ମୀର ପୋଲିସର ଡିଏସପି ହୁମାୟୁନ ଭଟ ଗୁରୁତର ଆହତ ହୋଇଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ ହୋଇଥିଲେ।
ଆଜି ସକାଳୁ କୋକରନାଗ ଅଞ୍ଚଳରେ ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ। ଲସ୍କର ଏ ତୋଏବାର ଏକ ଛାୟା ଗୋଷ୍ଠୀ ଏହି ଆକ୍ରମଣ କରିଥିବା ଦାବି କରିଛି । ଘଟଣା ପରେ ଅଞ୍ଚଳରେ ବ୍ୟାପକ ଖାନତଲାସୀ ଆରମ୍ଭ ହୋଇଛି ।
ସେପଟେ ରାଜୌରୀ ଠାରେ ସୋମବାର ଦିନ ହୋଇଥିବା ଏନକାଉଁଣ୍ଟରରେ ଦୁଇଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା । ଏବଂ ଜଣେ ଯବାନ ଓ ଜଣେ ପୋଲିସ କର୍ମୀ ସହିଦ ହୋଇଥିଲେ । ଏହି ଅପରେଶନରେ ସେନାର ଏକ କୁକୁର ମଧ୍ୟ ମୃତ୍ୟୁବରଣ କରିଥିଲା ।
ଚଳିତ ବର୍ଷ ଏପର୍ଯ୍ୟନ୍ତ ସୁରକ୍ଷାବାହିନୀର ଏନକାଉଁଣ୍ଟରରେ ୨୬ ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ହୋଇଛି । ଏହାସହ ୧୦ ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି । ପିଟିଆଇ ତରଫରୁ ଏହି ସୂଚନା ମିଳିଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର












Click it and Unblock the Notifications