ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ; ଜଣେ ଯବାନ ସହିତ, ୪ ଆହତ
ସୀମାରେ କିଛି ଦିନ ହେବ ଲାଗି ରହିଛି ଆତଙ୍କୀ ହମଲା। ଆଜି ସକାଳେ ପୁଣି ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ୫ ଜଣ ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିଲା। ପରବର୍ତ୍ତୀ ସମୟରେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଆଜି ସକାଳେ ଜମ୍ମୁ କଶ୍ମୀର କୁପୱାଡା ଜିଲ୍ଲାର ମଛିଲ ସେକ୍ଟର ନିକଟରେ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ପାକିସ୍ତାନ ବୋର୍ଡର ଆକ୍ସନ ଟିମ୍ (BAT) ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ। ଭାରତୀୟ ସେନା ଏହାର କଡ଼ା ଜବାବ ଦେଇଛି।
ଯବାନଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କାବାଦୀକୁ ସଫା କରିଛି ଭାରତୀୟ ସେନା। କିନ୍ତୁ ପାଲଟା ଆକ୍ରମଣ ସମୟରେ ପାଞ୍ଚ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିଲା। ଚିକିତ୍ସାଧୀନ ଅବସ୍ଥାରେ ଜଣେ ଯବାନ ଶହୀଦ ହୋଇଛନ୍ତି।
କିଛି ଦିନ ହେବ କୁପୱାଡାରେ ଆତଙ୍କୀ କାର୍ଯ୍ୟକଳାପ ବଢିଚାଲିଛି। ଗୁରୁବାର ଜଣେ ଯବାନ ଶହୀଦ ହୋଇଥିଲେ। ଏହାପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ସର୍ଚ୍ଚ ଅପରେସନ ଜାରି ରହିଛି।












Click it and Unblock the Notifications