ଦେଶର ଆର୍ଥିକ ଅଭିବୃଦ୍ଧି ଦ୍ୱିତୀୟ ତ୍ରୈମାସରେ ରହିବ ୮.୨%
୨୦୨୫-୨୬ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ଜିଡିପି (GDP) ୮.୨ ପ୍ରତିଶତ ହାରରେ ଅଭିବୃଦ୍ଧି ହାସଲ କରିବବୋଲି ଆକଳନ କରିଛି । ପୂର୍ବ ବର୍ଷ (୨୦୨୪-୨୫)ର ୨ୟ ତିନିମାସରେ ଆର୍ଥିକ ଅଭିବୃଦ୍ଧି ୫.୬ ପ୍ରତିଶତ ଥିଲା ବୋଲି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟରୁ ଜଣାପଡ଼ିଛି। ଏହା ସହିତ ଭାରତପୁଣି ଥରେ ବିଶ୍ବର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ପରିଣତ ହୋଇଛି ।
କେନ୍ଦ୍ର ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୁପାୟନ ମନ୍ତ୍ରଣାଳୟ ଅଧିନସ୍ଥ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (NSO) ୨୦୨୫-୨୬ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ (Q2) ପାଇଁ ମୋଟ ଘରୋଇ ଉତ୍ପାଦ (GDP)ର ତ୍ରୈମାସିକ ଆକଳନ ପ୍ରକାଶ କରିଛି।

ଚଳିତ ଆର୍ଥିକ ବର୍ଷର ଏପ୍ରିଲ-ସେପ୍ଟମ୍ବର ୬ ମାସରେ ବାସ୍ତବିକ ଜିଡିପି ୯୬.୫୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚିବା ଆଶା କରାଯାଉଛି । ୨୦୨୪-୨୫ଆର୍ଥିକ ବର୍ଷର ଏହି ସମୟରେ ବାସ୍ତବିକ ଜିଡିପି ଅଭିବୃଦ୍ଧି ୮୯.୩୫ ଲକ୍ଷ କୋଟି ଥିଲା । ଫଳରେ ଏହି ୬ ମାସରେ ଦେଶର ଡିଜିପି ଆଭିବୃଦ୍ଧି ୮ ପ୍ରତିଶତ ରହିଛି ।
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications