ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ନୀତି ଆୟୋଗ ବୈଠକ, ୫ଟି ପ୍ରସଙ୍ଗ ଉପରେ ଫୋକସ୍

ଆଜି ନୂଆ ଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ। ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକର ମୁଖ୍ୟ ଫୋକସରେ ରହିଛି ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ।

Niti Aayog meeting

ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୁପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ AI ଉପରେ ମଧ୍ୟ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା କରାଯିବ।

ଗତ ଡିସେମ୍ବରରେ ଅନୁଷ୍ଠିତ ତୃତୀୟ ଜାତୀୟ ମୁଖ୍ୟ ଶାସନ ସଚିବ ସମ୍ମିଳନୀରେ ଦିଆଯାଇଥିବା ସୁପାରିଶଗୁଡ଼ିକର ମଧ୍ୟ ସମୀକ୍ଷା ହେବ। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଏବଂ ବହୁ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ।

ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଗତରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟଶାସନ ସଚିବ ମଧ୍ୟ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ନୀତି ଆୟୋଗ ବୈଠକକୁ ବର୍ଜନ କରିଛନ୍ତି, କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ତେଲେଙ୍ଗାନା, ତାମିଲନାଡ଼ୁ, କେରଳ ଓ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ । ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ଏହି ବୈଠକରେ ଯୋଗ ଦେବେ ବୋଲି କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+