ବଡ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ ; ଆଉ ରହିବନି ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’

ସୁପ୍ରିମକୋର୍ଟରେ ଆଉ ରହିବନି 'ଗ୍ରୀଷ୍ମକାଳୀନ ଅବକାଶ ଛୁଟି'। ଏହି ଶବ୍ଦର ସ୍ଥାନ ନେବ 'ଆଂଶିକ ଅଦାଳତ କାର୍ଯ୍ୟ ଦିବସ' । ନିଜ ନିୟମରେ ସଂଶୋଧନ କରି ସୁପ୍ରିମକୋର୍ଟ ପକ୍ଷରୁ ଏପରି ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ନିୟମର ସଂଶୋଧନ କରାଯାଇ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

Supreme Court

ସୁପ୍ରିମକୋର୍ଟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, ଅଦାଲତର ଆଶିଂକ କାର୍ଯ୍ୟଦିବସର ସମୟ ସୀମା ଓ ଛୁଟିର ସଂଖ୍ୟା ପ୍ରଧାନ ବିଚାରପତି ସ୍ଥିର କରିବେ। ତେବେ ରବିବାରକୁ ଛାଡ଼ି ଏହି ସଂଖ୍ୟା ୯୫ରୁ ଯେପରି ଅଧିକ ନ ହେବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ପୂର୍ବରୁ ଏହି ସଂଖ୍ୟା ୧୦୩ ଥିଲା।

କିନ୍ତୁ ଏବେ ଏହି ଶବ୍ଦ ସୁପ୍ରିମକୋର୍ଟ କ୍ୟାଲେଣ୍ଡରରୁ ହଟାଇ ଦିଆଯାଇଛି। ଚଳିତ ବର୍ଷ ପ୍ରକାଶ ପାଇଥିବା ସୁପ୍ରିମ କୋର୍ଟ କ୍ୟାଲେଣ୍ଡର(୨୦୨୫) ରେ ଅବକାଶକାଳୀନ ଛୁଟି ଶବ୍ଦକୁ ହଟାଇ ଦିଆଯାଇଛି। ଏହା ପରିବର୍ତ୍ତେ ଆଶିଂକ ଅଦାଲତ କାର୍ଯ୍ୟ ଦିବସ ଆସନ୍ତା ବର୍ଷ ୨୬ ମେ' ରୁ ଆରମ୍ଭ ହୋଇ ଜୁଲାଇ ୧୪ ତାରିଖରେ ଶେଷ ହେବ ।

ସବୁ ବର୍ଷ ମେ'- ଜୁନ୍‌ ମାସରେ ସୁପ୍ରିମକୋର୍ଟରେ ସାତ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଧରି ଗ୍ରୀଷ୍ମକାଳୀନ ଅବକାଶ ହୋଇଥାଏ। ସେହିପରି ଡିସେମ୍ବର ମାସରେ ପ୍ରବଳ ଶୀତ ସମୟରେ ବି ଛୁଟି ହୋଇଥାଏ। କିନ୍ତୁ ତାହା ମଧ୍ୟରେ ଅବକାଶକାଳୀନ ବେଞ୍ଚ ବସିଥାଏ। ଉକ୍ତ ବେଞ୍ଚ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିଥାନ୍ତି।

ଏହି ଛୁଟି ସମୟରେ ଜଜ୍‌ମାନେ ପରିବାର ସହ ବିଦେଶ ଯାଇ ଛୁଟି କାଟୁଥିବା କୁହାଯାଉଥିଲା। ଏପରିକି କୋର୍ଟରେ ବିଭିନ୍ନ ମାମଲା ପଡ଼ି ରହିଥିବା ବେଳେ ବିଚାରପତିମାନେ ବିଦେଶରେ ମଜାମସ୍ତି କରୁଥିବା କୁହାଯାଉଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+