ଆଜି ୧୫ ମିନିଟ୍ ପାଇଁ ଅନ୍ଧାର ହେବ ଏହି ସବୁ ସହର
ପୁଣି ବାଜିବ ସାଇରନ । ପୁଣି ହେବ ବ୍ଲାକଆଉଟ୍ । ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା । ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେବ ମକଡ୍ରିଲ୍ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ଯ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ ।

ଏହା ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଗୁରୁବାର ମକଡ୍ରିଲ୍ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ, କିନ୍ତୁ ହଠାତ୍ ଏହାକୁ ସ୍ଥଗିତ ରଖାଯାଇଥିଲା । ତେବେ ପରେ ଏହାକୁ ୩୧ ମେ'ରେ କରିବାକୁ ନିଷ୍ପତ୍ତି ହୋଇଥିଲା । ବର୍ତ୍ତମାନର ଜରୁରୀକାଳୀନ ବ୍ୟବସ୍ଥାର ପରୀକ୍ଷଣ କରିବା, ବେସାମରିକ ପ୍ରଶାସନ, ପ୍ରତିରକ୍ଷା ବାହିନୀ ଏବଂ ସ୍ଥାନୀୟ ସମୁଦାୟ ମଧ୍ୟରେ ସମନ୍ୱୟରେ ଉନ୍ନତି ଆଣିବା ହେଉଛି ଏହି ଅଭ୍ୟାସର ଉଦ୍ଦେଶ୍ୟ । ଏହାଦ୍ୱାରା ଯେକୌଣସି ସଙ୍କଟର ତ୍ୱରିତ ଓ ପ୍ରଭାବୀ ମୁକାବିଲା ସୁନିଶ୍ଚିତ ହୋଇପାରିବ । ଏୟାର ଷ୍ଟ୍ରାଇକ୍ ଏବଂ ମାନବ ବିହୀନ ବିମାନ ବା ଡ୍ରୋନ୍ ଭଳି ଆକାଶମାର୍ଗର ବିପଦର ମୁକାବିଲା କରିବା, ଆକ୍ରମଣର ସାଇରନକୁ ସକ୍ରିୟ କରିବା ଏବଂ ଭାରତୀୟ ବାୟୁସେନା ସହିତ ସ୍ଥାପିତ କଣ୍ଟ୍ରୋଲ ରୁମ୍ କମ୍ୟୁନିକେସନ ହଟଲାଇନର ପରୀକ୍ଷଣ କରିବା ହେଉଛି ପ୍ରମୁଖ ଉପାଦାନ ।












Click it and Unblock the Notifications