ପୋଲିସ ଗୁଳିରେ ଟଳିଲେ 3 ଲାଲବାହିନୀ, ମିଳିଲା ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର

ମାଲକାନଗିରି: ଲାଲବାହିନୀ ଦମନରେ ପୁଣି ପୋଲିସକୁ ମିଳିଲା ବଡ଼ ସଫଳତା । ପୋଲିସ୍ ଗୁଳିଲେ ଟଳିଲେ ତିନି ହାର୍ଡକୋର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ତିନି ମାଓବାଦୀ ନିହତ ହୋଇଛନ୍ତି ।

Maoist

ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି । କରିଗୁଟା ଜଙ୍ଗଲରେ ଏନକାଉଣ୍ଟରରେ ତିନି ମାଓବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷା ବାହିନୀ । ଘଟଣାସ୍ଥଳରୁ ଗୋଟିଏ ଏଲଏମଜି , ଗୋଟିଏ ଏକେ-47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଆରକ୍ଷୀ ଅଧୀକ୍ଷକ ଜିତେନ୍ଦ୍ର ଯାଦବ । ଏବେ ବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

ଖବର ଅନୁଯାୟୀ, ମାଲକାନଗିରି ସୀମାନ୍ତ ବିଜାପୁର ଜିଲ୍ଲାର ପୁଜାରି କାଙ୍କେର ଜଙ୍ଗଲରେ ଆଗାମୀ ନିର୍ବାଚକୁ ଭଣ୍ଡୁର କରିବା ଲାଗି ମାଓବାଦୀ ମାନେ ଠୁଳ ହୋଇ ଯୋଜନା ପ୍ରସ୍ତୁତ କରୁଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ତେଲେଙ୍ଗାନା ଗ୍ରେହାଉଣ୍ଡ ଓ ଛତିଶଗଡ ଡିଆରଜି ବାହିନୀର ତରଫରୁ ସେଠାରେ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଏହାର ପାଲଟା ଜବାବରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ତେବେ ଏବେବି ସେହି ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରହିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+