ପୁଲିସ୍-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ତିନି ମାଓବାଦୀ ନିହତ
ରାୟପୁର: ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୁଲିସ ଗୁଳିରେ 3 ମାଓବାଦୀ ନିହତ ହୋଇଛନ୍ତି । ମୃତକ ମାଓବାଦୀଙ୍କ ମଧ୍ୟରେ 2 ମହିଳା ରହିଛନ୍ତି । ଘଟଣାସ୍ଥଳରୁ ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି ।

ବିଜାପୁର ବାସାଗୁଡା ଥାନା ବେଲମଗୁଟ୍ଟା ପାହାଡରେ ବହୁ ମାଓବାଦୀ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା । ଏହି ସୂଚନା ଆଧାରରେ ଅପରେସନ ଆରମ୍ଭ ହୋଇଥିଲା । ପାହାଡ ଉପରେ ବେଶ କିଛି ସମୟ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଶେଷରେ ପୁଲିସ ଏନକାଉଣ୍ଟରରେ 3 ମାଓବାଦୀ ନିହତ ହୋଇଛନ୍ତି । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛି ବିଜାପୁର ପୁଲିସ ।
ବେଲମଗୁଟା ଜଙ୍ଗଲରେ ଏରିଆ କମ୍ମିଟି କମାଣ୍ଡର (DVCM )ବିନୋଦ କର୍ମା,LOS ରାଜୁ ପୁନେମ, ACM ବିଶ୍ୱନାଥ ଭଳି ଟପ୍ ନକ୍ସଲ ସମେତ 30 ରୁ ଅଧିକ ନକ୍ସଲ ଘଟଣାସ୍ଥଳରେ ଉପସ୍ଥିତ ଥିଲେ । ସୁରକ୍ଷା କର୍ମୀଙ୍କ କୁମ୍ବିଂ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications